ରାଜ୍ୟରେ କରୋନାରେ ୮ ଜଣଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ଚିନ୍ତାଜନକ ଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ଆଜି ରାଜ୍ୟରେ କରୋନାରେ ୮ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୮ ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ କଳାହାଣ୍ଡି ଜିଲ୍ଲାରୁ ୨ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟା ମହିଳା ଓ ଜଣେ ୫୦ ବର୍ଷର ପୁରୁଷ ଅଛନ୍ତି। ଅପରପକ୍ଷରେ କଳାହାଣ୍ଡି ଜିଲ୍ଲାର ଜଣେ ୪୫ ବର୍ଷୀୟା ମହିଳା ଓ ଜଣେ ୫୬ ବର୍ଷିୟ ପୁରୁଷ ଅଛନ୍ତି।

ଏହାବ୍ୟତୀତ ଖୋର୍ଦ୍ଧା ଜିଲ୍ଲାର ଜଣେ ୫୯ ବର୍ଷିୟ ପୁରୁଷ , ବାଲେଶ୍ୱରର ଜଣେ ୩୮ ବର୍ଷୀୟା ମହିଳା, ବଲାଙ୍ଗୀରର ଜଣେ ୫୦ ବର୍ଷିୟ ପୁରୁଷ ଓ କନ୍ଧମାଳ ଜିଲ୍ଲାର ଜଣେ ୪୨ ବର୍ଷୀୟା ମହିଳା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୯୭୩ରେ ପହଞ୍ଚିଛି।

ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୬୨୧୫ ଜଣ ନୂଆ କରୋନା ସଂକ୍ରମିତଙ୍କ ମଧ୍ୟରୁ ସ୍ଥାନୀୟ ମାମଲା ୩୦୬୪ଟି ହୋଇଥିବାବେଳେ ୨୬୧୧ଟି କ୍ଵାରେଣ୍ଟିନ ମାମଲା ବୋଲି ଜଣାପଡ଼ିଛି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୯୫୦ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧୭୩, ବାଲେଶ୍ୱରରୁ ୭୯, ବରଗଡ଼ରୁ ୨୬୮, ଭଦ୍ରକରୁ ୮୬, ବଲାଙ୍ଗୀରରୁ ୨୧୧, ବୌଦ୍ଧରୁ ୨୦, କଟକରୁ ୩୮୩, ଦେବଗଡ଼ରୁ ୩୩, ଢେଙ୍କାନାଳରୁ ୧୬, ଗଜପତିରୁ ୪୭, ଗଞ୍ଜାମରୁ ୬୭, ଜଗତସିଂହପୁରରୁ ୬୨, ଯାଜପୁରରୁ ୮୫, ଝାରସୁଗୁଡ଼ାରୁ ୨୬୧, କଳାହାଣ୍ଡିରୁ ୬୮୨, କନ୍ଧମାଳରୁ ୩୪ ଜଣ, କେନ୍ଦ୍ରାପଡ଼ାରୁ ୪୧ ଚିହ୍ନଟ ହୋଇଛନ୍ତି।
ସେହିପରି କେଉଁଝରରୁ ୧୫୭, କୋରାପୁଟରୁ ୫୮, ମାଲକାନଗିରିରୁ ୨୧, ମୟୁରଭଞ୍ଜରୁ ୧୧୫, ନବରଙ୍ଗପୁରରୁ ୨୫୭, ନୟାଗଡ଼ରୁ ୮୨, ନୂଆପଡ଼ାରୁ ୪୪୬, ପୁରୀରୁ ୩୦୬, ରାୟଗଡ଼ାରୁ ୧୦୫, ସମ୍ୱଲପୁରରୁ ୨୬୩, ସୋନପୁରରୁ ୬୫, ସୁନ୍ଦରଗଡ଼ରୁ ୬୮୪ ଓ ଷ୍ଟେଟପୁଲରୁ ୧୯୩ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ପଜିଟିଭଙ୍କ ସଂଖ୍ୟା ୩୯୪୬୯୪ ହୋଇଥିବା ବେଳେ ୩୫୩୫୫୧ଜଣ ସୁସ୍ଥ ହୋଇଛନ୍ତି। ଏଣେ ଏବେ ୩୯୧୧୭ଟି ସକ୍ରିୟ ମାମଲା ରହିଛି।

ସମ୍ବନ୍ଧିତ ଖବର