ଆଉ ୮ଜଣଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୬୪୫କୁ ବୃଦ୍ଧି

Advertisment
ଆଉ ୮ଜଣଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୬୪୫କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ କରୋନାରେ ୮ଜଣଙ୍କ ମୃତ୍ୟୁ ଘଟିଛି।  ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।ରାଜ୍ୟରେ ଆଜି ଯେଉଁ ୮ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି, ସେଥିମଧ୍ୟରେ କଟକରୁ ସର୍ବାଧିକ ୩ଜଣ ଥିବା ବେଳେ ରାୟଗଡ଼ା, ସମ୍ବଲପୁର, ସୋନପୁର, କନ୍ଧମାଳ, ଓ ବୌଦ୍ଧରୁ ଜଣେ ଲେଖାଏଁ ପ୍ରାଣ ହରାଇଥିବା ଜଣାଯାଇଛି। ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।

କଟକର ଯେଉଁ ୨ ପୁରୁଷ ମୃତକ ଅଛନ୍ତି, ସେମାନଙ୍କ ବୟସ ଯଥାକ୍ରମେ ୫୦ ଓ ୪୫ ବର୍ଷ। ଅପରପକ୍ଷରେ ଜଣେ ୫୨ ବର୍ଷ ବୟସ୍କା ମହିଳାଙ୍କ  ମୃତ୍ୟୁ ହୋଇଛି।   ରାୟଗଡ଼ା ଜିଲ୍ଲାର ଯେଉଁ କରୋନା ସଂକ୍ରମିତ ପୁରୁଷଙ୍କ ମୃତ୍ୟୁ ଘଟିଛି ତାଙ୍କର ବୟସ ୫୦ ବର୍ଷ। ସୋନପୁରର ଜଣେ ୭୦ ଓ ସମ୍ବଲପୁରର ଜଣେ ୫୧ ବର୍ଷିୟ ପୁରୁଷଙ୍କ ପ୍ରାଣହାନି ଘଟିଛି। ବୌଦ୍ଧର ଜଣେ ୬୫ ବର୍ଷ ବୟସ୍କା ମହିଳାଙ୍କ  ମୃତ୍ୟୁ ହୋଇଛି। ଅପରପକ୍ଷରେ କନ୍ଧମାଳର ଜଣେ ୫୫ ବର୍ଷ ବୟସ୍କ ପୁରୁଷଙ୍କ  ମୃତ୍ୟୁ ହୋଇଛି।

ଆଜି ରାଜ୍ୟରେ ୩୬୪୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ୩୦ ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି । ଏମାନଙ୍କ ଭିତରୁ ସଂଗରୋଧ କେନ୍ଦ୍ରରୁ ସଙ୍ଗରୋଧରୁ ୨୧୫୧ ଓ ସ୍ଥାନୀୟ ଅଞ୍ଚଳରୁ ୧୪୯୪ ହୋଇଥିବା ଜଣାଯାଇଛି। ଏହାଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧,୫୮,୬୫୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଣେ ରାଜ୍ୟରେ ମୋଟ୍ ୧,୨୨୦୨୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୫୯୨୮ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe