ଭୁବନେଶ୍ୱର: ରାଜ୍ୟର ୮ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ଆଗୁଆ ସତର୍କ ସୂଚନା ଜାରି କରିଛି । ସନ୍ଧ୍ୟା ୫ଟା ୩୦ ମିନିଟ୍ ମଧ୍ୟରେ ରାଜ୍ୟର ୮ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ଆଞ୍ଚଳିକ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- କେନ୍ଦୁଝର, ଢେଙ୍କାନାଳ, ବେଦଗଡ଼, ସମ୍ବଲପୁର, ଅନୁଗୁଳ, ରାୟଗଡ଼ା, କୋରାପୁଟ ଏବଂ କନ୍ଧମାଳ ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ସେହିପରି ରାଜ୍ୟର କିଛି ସ୍ଥାନରେ ସାମାନ୍ୟ ବର୍ଷା ହୋଇପାରେ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ମିଳିଛି । ଅନ୍ୟପଟେ ବଜ୍ରପାତ ବିପଦ ଥିବାରୁ ଏହି ସବୁ ଜିଲ୍ଲାର ଲୋକମାନଙ୍କୁ ଆଗୁଆ ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଆଜି ମଧ୍ୟ ରାଜ୍ୟ ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅନ୍ୟପଟେ ରାଜ୍ୟର ୮ଟି ଜିଲ୍ଲାରେ କାଳବୈଶାଖୀ ସହ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ କେନ୍ଦ୍ର ତରଫରୁ ସୂଚନା ମିଳିଛି ।