କରୋନାରେ ଆଉ ୮ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା

Advertisment
କରୋନାରେ ଆଉ ୮ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୫୨୨ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ୟରେ ୩୬୩୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ସଙ୍ଗରୋଧ କେନ୍ଦ୍ରରୁ ୨୨୧୪ ଓ ସ୍ଥାନୀୟ ଅଞ୍ଚଳରୁ ୧୪୧୭ ଆକ୍ରାନ୍ତ ଅଛନ୍ତି। ଏହା ଫଳରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧ ଲକ୍ଷ ୧୩ ହଜାର ୪୧୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏଣେ ଆଜି ୮ ଜଣଙ୍କ ଜୀବନ ନେଇଛି କରୋନା। । ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ବେଳେ ଏହି ୮ ଜଣଙ୍କ ମୃତ୍ୟୁ ହୋଇଛି।

ଗଞ୍ଜାମରୁ ଆଜି ସର୍ବାଧିକ ୩ଜଣ ପୁରୁଷଙ୍କର ମୃତ୍ୟୁ ଘଟିଛି। ସେମାନଙ୍କର ବୟସ ଯଥାକ୍ରମେ ୭୮, ୬୫ ଏବଂ ୪୫ ବର୍ଷ। ମୃତକମାନଙ୍କ ମଧ୍ୟରେ ବାଲେଶ୍ବରର ଜଣେ ୬୦ ବର୍ଷିୟ ବୃଦ୍ଧ ଅଛନ୍ତି। ଭୁବନେଶ୍ବରରେ ଜଣେ ୭୨ ବର୍ଷିୟ ପୁରୁଷଙ୍କ ମୃତ୍ୟୁ ହୋଇଛି । କଟକରେ ଜଣେ ୬୭ ବର୍ଷିୟ ପୁରୁଷ ଓ ୬୬ ବର୍ଷୀୟ ମହିଳାଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୨୨କୁ ବୃଦ୍ଧି ପାଇଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୫୩ଜଣଙ୍କ ପ୍ରାଣହାନି ଘଟିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଏବେ ରାଜ୍ୟରେ ମୋଟ୍ ୮୪,୦୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭୬୩ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe