ପୁଣି ୮ଜଣ ସଂକ୍ରମିତଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି

Advertisment
ପୁଣି ୮ଜଣ ସଂକ୍ରମିତଙ୍କ ମୃତ୍ୟୁ, ରାଜ୍ୟରେ କରୋନାଜନିତ ମୃତକଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି

ଭୁବନେଶ୍ବର: ଆଜି ରାଜ୍ୟରେ ୧୪୯୯ ଜଣ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ଆଉ ୮ଜଣଙ୍କ ମୃତ୍ୟୁ ଘଟିଛି । ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି ଗଞ୍ଜାମରୁ ସର୍ବାଧିକ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ, ନୟାଗଡ଼, ସୁନ୍ଦରଗଡ଼, ଖୋର୍ଦ୍ଧା ଏବଂ ଗଜପତିରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ଏହି ୮ଜଣ କୋଭିଡ୍ ପଜିଟିଭ୍ ରୋଗୀଙ୍କ ମୃତ୍ୟୁ ହୋଇଥିବାର ସୂଚନା ରହିଛି | ଗଞ୍ଜାମ ଜିଲ୍ଲାର ଚାରି ଜଣ ମୃତକଙ୍କର ବୟସ ଯଥାକ୍ରମେ ୮୧, ୪୯, ୭୩ ଓ ୪୫ ବର୍ଷ। ସେମାନେ ସମସ୍ତେ ପୁରୁଷ। ଏମାନଙ୍କ ଭିତରୁ ୮୧ ବର୍ଷିୟ ପୁରୁଷ ମଧୁମେହ ଏବଂ ୭୩ ବର୍ଷ ବୟସ୍କ ପୁରୁଷ ପାର୍କିନ୍ସନିଜିମ୍, କରୋନାରୀ ଧମନୀ ରୋଗ,
ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ପୀଡ଼ିତ ଥିଲେ।
ଖୋର୍ଦ୍ଧା ଜିଲ୍ଲାର ଜଣେ ୭୯ ବର୍ଷ ବୟସ୍କ ପୁରୁଷ ଅଛନ୍ତି, ଯିଏ ଉଚ୍ଚ ରକ୍ତଚାପ ଏବଂ ୟୁରେମିକ୍ ଏନସେଫାଲୋପାଥି ସହିତ ଶେଷ ପର୍ଯ୍ୟାୟ ବୃକକ୍ ରୋଗରେ ପୀଡ଼ିତ ଥିଲେ | ସୁନ୍ଦରଗଡ଼ ଜିଲ୍ଲାର ୫୨ ବର୍ଷିୟ ପୁରୁଷ ମଧୁମେହରେ ପୀଡ଼ିତ ଥିଲେ। ଏହାଛଡ଼ା ଗଜପତି ଜିଲ୍ଲାର ଜଣେ ୫୮ ମହିଳା ଓ ନୟାଗଡ଼ ଜିଲ୍ଲାର ଜଣେ ୮୨ ବର୍ଷୀୟା ମହିଳାଙ୍କର ମୃତ୍ୟୁ ଘଟିଛି।
ସୂଚନାଯୋଗ୍ୟ, ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ଭିତରୁ ୫୮୫ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୯୧୪ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଆଜି ୨୯ଟି ଜିଲ୍ଲାରୁ ଆଜି ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଏବେ ରାଜ୍ୟରେ ମୋଟ୍ ୧୯,୭୪୫ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧,୯୮୧ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe