ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୫୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩ ଜଣ କରୋନା ସଂକ୍ରମିତ ଅଛନ୍ତି। ଏହାଛଡ଼ା ପୁରୀ ଓ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି। ଏହାଛଡ଼ା ବାଲେଶ୍ବର ଜିଲ୍ଲାରୁ ଜଣେ ମୃତକ ରହିଛନ୍ତି।
ସୂଚନାଯୋଗ୍ୟ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୦୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୫୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୨୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୧୨, ୧୬୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୯୭, ୦୬୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬, ୯୯୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।
ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ ସଂକ୍ରମିତଙ୍କ ପ୍ରାଣହାନି, କରୋନାଜନିତ ମୃତ୍ୟୁସଂଖ୍ୟା ୮୦୫୫କୁ ବୃଦ୍ଧି
Advertisment
Follow Us