ଏଥର ପ୍ରତି ବିଷୟରେ ୮୦ ମାର୍କର ମାଟ୍ରିକ ପରୀକ୍ଷା ହେବ: ଗଣଶିକ୍ଷା ମନ୍ତ୍ରୀ

Advertisment
ଏଥର ପ୍ରତି ବିଷୟରେ ୮୦ ମାର୍କର ମାଟ୍ରିକ ପରୀକ୍ଷା ହେବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ଚଳିତ ବର୍ଷ ପ୍ରତି ବିଷୟରେ ୮୦ ମାର୍କର ମାଟ୍ରିକ ପରୀକ୍ଷା ହେବ ବୋଲି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ଏଥିମଧ୍ୟରୁ ୫୦ ମାର୍କର ଅବଜେକ୍ଟିଭ ଓ ୩୦ ମାର୍କର ସବଜେକ୍ଟିଭ ପ୍ରଶ୍ନ ପଡ଼ିବ ବୋଲି ବି ସେ କହିଛନ୍ତି। କିନ୍ତୁ ପରୀକ୍ଷାଫଳ ପ୍ରକାଶ କରାଯିବା ବେଳେ ୧୦୦ ମାର୍କରୁ ମୂଲ୍ୟାୟନ କରାଯିବ। ୮୦ରୁ ରଖିଥିବା ମାର୍କକୁ ଭିତ୍ତି କରି ଅବଶିଷ୍ଟ ୨୦ ମାର୍କର ମୂଲ୍ୟାୟନ ହେବ ବୋଲି ସେ କହିଛନ୍ତି। ବିଦ୍ୟାଳୟ ଓ ଯୁକ୍ତ୨ କଲେଜ ହଷ୍ଟେଲ ଖୋଲିବା ନେଇ ଏପର୍ଯ୍ୟନ୍ତ କୋୖଣସି ନିଷ୍ପତ୍ତି ହୋଇନି। ସ୍ଥିତିକୁ ଦେଖି ପରବର୍ତ୍ତୀ ସମୟରେ ନିଷ୍ପତ୍ତି ନିଆଯିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି।
ସୂଚନାଯୋଗ୍ୟ, କୋଭିଡ୍ କଟକଣା ଯୋଗୁଁ ଶିକ୍ଷାନୁଷ୍ଠାନଗୁଡ଼ିକ ମାର୍ଚ୍ଚ ମାସରୁ ବନ୍ଦ ଥିବା ବେଳେ ଆସନ୍ତା ୮ତାରିଖରୁ ସ୍କୁଲ ଖୋଲିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ତେବେ କେବଳ ଦଶମ ଓ ଦ୍ବାଦଶ ଶ୍ରେଣୀ ଛାତ୍ରଛାତ୍ରୀ ସ୍କୁଲ ଯିବେ। ଆସନ୍ତା ମେ’ ମାସରେ ହେବାକୁ ଥିବା ଦଶମ ଓ ଦ୍ବାଦଶ ଶ୍ରେଣୀ ପରୀକ୍ଷା ସହ ସର୍ବଭାରତୀୟ ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ପ୍ରସ୍ତୁତ କରିବାକୁ ଏହି ନିଷ୍ପତ୍ତି ନିଆଯାଇଛି। କିନ୍ତୁ ବାକି ଶ୍ରେଣୀର ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନରେ ପାଠପଢ଼ା ଜାରି ରହିବ।

ମାଧ୍ୟମିକ ଶିକ୍ଷା ପରିଷଦ ପରୀକ୍ଷା ଦେବା ପାଇଁ ପ୍ରସ୍ତୁତ ହେଉଥିବା ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ନିମନ୍ତେ ଜାନୁଆରି ୮ରୁ ଏପ୍ରିଲ ୨୬ତାରିଖ ପର୍ଯ୍ୟନ୍ତ ଓ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପରୀକ୍ଷା ଦେବା ପାଇଁ ଦ୍ବାଦଶ ଶ୍ରେଣୀର ଛାତ୍ରଛାତ୍ରୀଙ୍କର ପାଠପଢ଼ା ଜାନୁଆରି ୮ରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ହେବ। ଉପରୋକ୍ତ ନିର୍ଘଣ୍ଟ ଅନୁସାରେ ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ ପାଇଁ ଶନିବାର/ରବିବାରକୁ ମିଶାଇ ୧୦୦ ଦିନ ପାଠପଢ଼ା ହେବ। ଆବଶ୍ୟକସ୍ଥଳେ ଅନ୍ୟଦିନକୁ ଛୁଟି ଦିନ ଘୋଷଣା କରାଯିବ। ସେହିପରି ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟିତ୍ରୀ ଯେପରି କୋଭିଡ୍ କଟକଣା ଅନୁଯାୟୀ ସ୍କୁଲ ଆସିବେ ଓ ପାଠପଢ଼ା ହେବ ସେଥିପାଇଁ ଏକ ବିସ୍ତୃତ ମାର୍ଗଦର୍ଶିକା (ଏସ୍ଓପି) ଜାରି ହୋଇଛି। ଏହି ଏସ୍ଓପି ଅନୁଯାୟୀ ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ଶିକ୍ଷାନୁଷ୍ଠାନଗୁଡ଼ିକ ଖୋଲିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe