ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ କରୋନା ପଜିଟିଭ ଚିହ୍ନଟ: ୧୧୮ ଜଣ ୧୮ ବର୍ଷରୁ କମ୍ ବୟସର

ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ କରୋନା ପଜିଟିଭ ଚିହ୍ନଟ: ୧୧୮ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଗତକାଲି ତୁଳନାରେ ଆଜି ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି। ଗତକାଲି ୮୭୨ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୧୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୩୯ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୮୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧୮ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୭, ବାଲେଶ୍ବର ଜିଲ୍ଲାରୁ ୧୩ ଜଣ, ବରଗଡ଼ରୁ ୭ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧୦ ଜଣ, ବୌଦ୍ଧରୁ ୧୧ ଜଣ, କଟକରୁ ୭୮ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୬ ଜଣ, ଗଜପତିରୁ ୯ ଜଣ, ଜଗତସିଂହପୁରରୁ ୧୩ ଜଣ, ଯାଜପୁରରୁ ୨୬ ଜଣ, ଝାରସୁଗୁଡ଼ାରୁ ୧୩ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨ ଜଣ, କନ୍ଧମାଳରୁ ୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୧୮, କୋରାପୁଟ ଜିଲ୍ଲାରୁ ୩ ଜଣ, ମୟୂରଭଞ୍ଜରୁ ୨୯ ଜଣ, ନବରଙ୍ଗପୁରରୁ ୭ ଜଣ, ନୟାଗଡ଼ ଜିଲ୍ଲାରୁ ୨୬ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୫୭ ଜଣ, ସୋନପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୧୪୧ ଜଣ ଓ ଷ୍ଟେଟପୁଲରୁ ୪୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୯, ୯୨୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୪, ୮୩୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୯୧୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe