ଗତକାଲି ଭଳି ଆଜି ବି ରାଜ୍ୟରେ ୮୩୬ ପଜିଟିଭ୍ ଚିହ୍ନଟ, ଶହେ ତଳକୁ ଖସିଲା ଖୋର୍ଦ୍ଧାରେ ଦୈନିକ ସଂକ୍ରମଣ

୧୪୮ ଜଣ ୧୮ ବର୍ଷରୁ କମ୍ ବୟସର

ଭୁବନେଶ୍ବର: ଗତକାଲି ଭଳି ଆଜି ବି ରାଜ୍ୟରେ ଦୈନିକ କରୋନା ହଜାରେ ତଳକୁ ରହିଛି। ଗତକାଲି ପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯୦ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୬ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୪୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୧୭୫ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୧୬ ଜଣ, ବରଗଡ଼ରୁ ୪୭, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩୩ ଜଣ, ବୌଦ୍ଧରୁ ୨୩ ଜଣ, କଟକରୁ ୩୪ ଜଣ, ଦେବଗଡ଼ରୁ ୫ ଜଣ, ଢେଙ୍କାନାଳରୁ ୧, ଗଜପତିରୁ ୬ ଜଣ, ଗଞ୍ଜାମରୁ ୩, ଜଗତସିଂହପୁରରୁ ୨ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୧୯ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ ଜଣ, କନ୍ଧମାଳରୁ ୨୧ ଜଣ, କେନ୍ଦ୍ରାପଡ଼ାରୁ ୩ ଜଣ, କେଉଁଝରରୁ ୧୦, ଖୋର୍ଦ୍ଧା ଜିଲ୍ଲାରୁ ୯୧, କୋରାପୁଟ ଜିଲ୍ଲାରୁ ୧୨ ଜଣ, ମୟୂରଭଞ୍ଜରୁ ୭୨ଜଣ, ନବରଙ୍ଗପୁରରୁ ୩୨ ଜଣ, ନୟାଗଡ଼ ଜିଲ୍ଲାରୁ ୧୭ ଜଣ, ନୂଆପଡ଼ାରୁ ୧୪ ଜଣ, ପୁରୀରୁ ୩ ଜଣ, ରାୟଗଡ଼ାରୁ ୨୧ ଜଣ, ସମ୍ବଲପୁରରୁ ୮୩ ଜଣ, ସୋନପୁରରୁ ୧୬ ଜଣ, ସୁନ୍ଦରଗଡ଼ରୁ ୧୭୫ ଜଣ ଓ ଷ୍ଟେଟପୁଲରୁ ୨୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୮, ୧୪୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୨, ୯୪୧ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୦୦୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧିତ ଖବର