ଭୁବନେଶ୍ବର: ରାଜ୍ୟରେ ଦୈନିକ କରୋନା ସଂକ୍ରମଣ କମିଛି। ଆଜି ବି ଏହା ହଜାରେ ତଳକୁ ରହିଛି। ଗତକାଲି ୮୭୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୩୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୮୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୪୮ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୬୯ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୯ଟି ଜିଲ୍ଲାରୁ ୮୩୬ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଜିଲ୍ଲାରୁ ସର୍ବାଧିକ ୨୪୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 4th August
New Positive Cases: 836
Of which 0-18 years: 169
In quarantine: 488
Local contacts: 348(Details of local contacts will be shared by concerned District)
1. Angul: 2
2. Balasore: 9
3. Bargarh: 30
4. Bhadrak: 4
5. Balangir: 32
6. Boudh: 10— I & PR Department, Odisha (@IPR_Odisha) August 5, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ବର ଜିଲ୍ଲାରୁ ୯ ଜଣ, ବରଗଡ଼ରୁ ୩୦, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩୨ ଜଣ, ବୌଦ୍ଧରୁ ୧୦ ଜଣ, କଟକରୁ ୨୦ ଜଣ, ଦେବଗଡ଼ରୁ ୬ ଜଣ, ଢେଙ୍କାନାଳରୁ ୨, ଗଜପତିରୁ ୬ ଜଣ, ଗଞ୍ଜାମରୁ ୨, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୪ ଜଣ, ଝାରସୁଗୁଡ଼ାରୁ ୧୬ ଜଣ, କଳାହାଣ୍ଡି ଜିଲ୍ଲାରୁ ୨୫ ଜଣ, କନ୍ଧମାଳରୁ ୧୬ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେଉଁଝରରୁ ୮, ଖୋର୍ଦ୍ଧା ଜିଲ୍ଲାରୁ ୧୧୭, କୋରାପୁଟ ଜିଲ୍ଲାରୁ ୧୭ ଜଣ, ମୟୂରଭଞ୍ଜରୁ ୫୫ ଜଣ, ନବରଙ୍ଗପୁରରୁ ୩୩ ଜଣ, ନୟାଗଡ଼ ଜିଲ୍ଲାରୁ ୧୯ ଜଣ, ନୂଆପଡ଼ାରୁ ୨୧ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୯ ଜଣ, ସମ୍ବଲପୁରରୁ ୬୨ ଜଣ, ସୋନପୁରରୁ ୧୪ ଜଣ, ସୁନ୍ଦରଗଡ଼ରୁ ୨୪୨ ଜଣ ଓ ଷ୍ଟେଟପୁଲରୁ ୨୭ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୧୭, ୩୦୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩,୦୧, ୯୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୧୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।