ଭୁବନେଶ୍ବର: ଆଜି ପୁଣି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୭୭ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୧୬ଟି ଜିଲ୍ଲାରୁ ୮୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସମ୍ବଲପୁର ଜିଲ୍ଲାରୁ ସର୍ବାଧିକ ୧୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 13th Oct
New Positive Cases: 84
Of which 0-18 years: 12
In quarantine: 49
Local contacts: 35(Details of local contacts will be shared by concerned District)
1. Balasore: 4
2. Bargarh: 2
3. Balangir: 2
4. Cuttack: 10
5. Ganjam: 1
6. Jajpur: 2— I & PR Department, Odisha (@IPR_Odisha) October 14, 2022
ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୪, ବରଗଡ଼ରୁ ୨, ବଲାଙ୍ଗୀରରୁ ୨, କଟକରୁ ୧୦ ଜଣ, ଯାଜପୁରରୁ ୨, ଝାରସୁଗୁଡ଼ାରୁ ୨, କଳାହାଣ୍ଡିରୁ ୬, କନ୍ଧମାଳରୁ ୧, ଖୋର୍ଦ୍ଧା ଜିଲ୍ଲାରୁ ୧୩, ମୟୂରଭଞ୍ଜରୁ ୨, ନୟାଗଡ଼ରୁ ୨, ନୂଆପଡ଼ାରୁ ୫, ପୁରୀରୁ ୨, ସମ୍ବଲପୁରରୁ ୧୫ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟପୁଲରୁ ୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୫, ୩୧୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୫, ୪୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୨୨ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।