‌ରୋଗୀଙ୍କ ଦୈନିକ ଖାଦ୍ୟ ଖର୍ଚ ୮୫ଟଙ୍କାକୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସରକାରୀ ଚିକିତ୍ସାଳୟରେ ଚିକିତ୍ସିତ ହେଉଥିବା ରୋଗୀମାନଙ୍କ ଦୈନିକ ଖାଦ୍ୟ ଖର୍ଚ ୫୦ଟଙ୍କାରୁ ୮୫ଟଙ୍କାକୁ ବୃଦ୍ଧି କରାଯାଇଛି। ସ୍ବାସ୍ଥ୍ୟ ବିଭାଗର ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି। ରୋଗୀମାନଙ୍କୁ ଦୈନିକ ସୁଷମ ଖାଦ୍ୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ନିଷ୍ପତ୍ତି ନିଆଯାଇଛି। ବିଜ୍ଞପ୍ତି ପ୍ରକାଶ ପାଇବା ଦିନଠାରୁ ଏହା ଲାଗୁ ହେବ ବୋଲି ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧିତ ଖବର