ସୁସ୍ଥ ହେଲେ ୮୬୪ ଜଣ କରୋନା ଆକ୍ରାନ୍ତ, ରାଜ୍ୟରେ ସୁସ୍ଥଙ୍କ ସଂଖ୍ୟା ୧୬,୭୯୨

ଭୁବନେଶ୍ୱର: କରୋନା ଯୋଦ୍ଧାଙ୍କୁ ଆଜି ଏକ ବଡ଼ ଧରଣର ସଫଳତା ମିଳିଛି । କରୋନା ଯୋଦ୍ଧାମାନେ ନିୟମିତ ଭାବେ ଉଦ୍ୟମ ଜାରି ରଖିଥିବାରୁ ରାଜ୍ୟର ୨୫ଟି ଜିଲ୍ଲାରୁ ଆଜି ୮୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ ଜରିଆରେ ଏହି ସୂଚନା ଦିଆଯାଇଛି । ଏଥି ସହିତ ରାଜ୍ୟରେ କରୋନାରୁ ସୁସ୍ଥ ହୋଇଥିବା ଲୋକଙ୍କର ସଂଖ୍ୟା ୧୬ ହଜାର ୭୯୨ରେ ପହଞ୍ଚିଛି । ଦିନକରେ ଏତେ ସଂଖ୍ୟାରେ ଆକ୍ରାନ୍ତ ସୁସ୍ଥ ହୋଇଥିବାରୁ ରାଜ୍ୟ ସରକାର କରୋନା ଯୋଦ୍ଧାଙ୍କ ଉଦ୍ୟମକୁ ପ୍ରଶଂସା କରିଛନ୍ତି ।

ସ୍ୱାସ୍ଥ୍ୟ ବିଭାଗର ସୂଚନା ଅନୁସାରେ ଆଜି ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୩୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାୟଗଡ଼ା ଜିଲ୍ଲାରୁ ୧୩୭ ଜଣ, ବରଗଡ଼ ଜିଲ୍ଲାରୁ ୩୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮ ଜଣ, କଟକ ଓ କେନ୍ଦୁଝର ଜିଲ୍ଲାରୁ ୨୬ ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୨୩ ଜଣ, ମୟୂରଭଂଜ ଜିଲ୍ଲାରୁ ୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

 

ସେହିପରି ଯାଜପୁର ଜିଲ୍ଲାରୁ ୧୯ ଜଣ, କନ୍ଧମାଳ ଜିଲ୍ଲାରୁ ୧୫ ଜଣ, ଗଜପତି ଓ ସମ୍ବଲପୁର ଜିଲ୍ଲାରୁ ୧୪-୧୪ ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨ ଜଣ, ଢେଙ୍କାନାଳ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣ ଲେଖାଏଁ, ନୟାଗଡ଼ ଜିଲ୍ଲାରୁ ୭ ଜଣ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ମାଳକାନଗିରି ଜିଲ୍ଲାରୁ ୬ ଜଣ ଲେଖାଏଁ, ଝାରସୁଗୁଡ଼ା ଓ କୋରାପୁଟ ଜିଲ୍ଲାରୁ ୫-୫ ଜଣ, ବଲାଙ୍ଗୀର ଜିଲ୍ଳାରୁ ୪ ଜଣ, ପୁରୀ ଜିଲ୍ଲାରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ ଓ ସୁବର୍ଣ୍ଣପୁର (ସୋନପୁର) ଜିଲ୍ଲାରୁ ଜଣେ ଆକ୍ରାନ୍ତ ବ୍ୟକ୍ତି ସୁସ୍ଥ ହୋଇଛନ୍ତି ।

 

ରାଜ୍ୟ ସରକାରଙ୍କ ତଥ୍ୟ ଅନୁସାରେ ଗତକାଲି ରାତି ୧୨ଟା ସୁଦ୍ଧା ମୋଟ ୪ ଲକ୍ଷ ୫୮ ହଜାର ୧୨୦ ଜଣଙ୍କର ସ୍ୱାବ ନମୁନା ପରୀକ୍ଷା ହୋଇଛି । ଏଥିରୁ ଏଯାଏଁ ୨୫ ହଜାର ୩୮୯ଟି ନମୁନା ରିପୋର୍ଟ ପଜିଟିଭ ଆସିଛି । ମୋଟ ୧୬ ହଜାର ୭୯୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ୧୪୦ ଜଣ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି । ଏବେ ୮ ହଜାର ୪୨୨ ଜଣ କରୋନା ଆକ୍ରାନ୍ତ ରାଜ୍ୟର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି ।

ସମ୍ବନ୍ଧିତ ଖବର