ଭୁବନେଶ୍ବର: ଗତକାଲି ତୁଳନାରେ ଆଜି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଇଛି। ଗତକାଲି ୧୦୬୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୭୨ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୧୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୬୦ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୨୩ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୮୭୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୮୨ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
Covid-19 Report For 16th July
New Positive Cases: 872
Of which 0-18 years: 123
In quarantine: 512
Local contacts: 360(Details of local contacts will be shared by concerned District)
1. Angul: 4
2. Balasore: 8
3. Bargarh: 9
4. Bhadrak: 6
5. Balangir: 7
6. Boudh: 11— I & PR Department, Odisha (@IPR_Odisha) July 17, 2022
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୪, ବାଲେଶ୍ବର ଜିଲ୍ଲାରୁ ୮ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୭ ଜଣ, ବୌଦ୍ଧରୁ ୧୧ ଜଣ, କଟକରୁ ୯୬ ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୧୨ ଜଣ, କଳାହାଣ୍ଡି ଜିଲ୍ଲାରୁ ୫ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮ ଜଣ, କେନ୍ଦୁଝରରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୮୨, କୋରାପୁଟ ଜିଲ୍ଲାରୁ ୧୨ ଜଣ, ମୟୂରଭଞ୍ଜରୁ ୫୯ ଜଣ, ନୟାଗଡ଼ ଜିଲ୍ଲାରୁ ୧୯ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୧୯ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ବଲପୁରରୁ ୨୩ ଜଣ, ସୋନପୁରରୁ ୨୬ ଜଣ, ସୁନ୍ଦରଗଡ଼ରୁ ୧୪୪ ଜଣ ଓ ଷ୍ଟେଟପୁଲରୁ ୬୧ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୯୯, ୧୭୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୩, ୧୬୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪୮୨୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।