ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ୧୧୨୨ ଜଣ ସରପଞ୍ଚ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ

Advertisment
ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ୧୧୨୨ ଜଣ ସରପଞ୍ଚ ପ୍ରାର୍ଥୀ କଲେ ନାମାଙ୍କନ ଦାଖଲ

ଭୁବନେଶ୍ବର: ଆଜିଠାରୁ ପଞ୍ଚାୟତ ନିର୍ବଚାନ ପାଇଁ ପ୍ରାର୍ଥୀପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହୋଇଛି। ପ୍ରଥମ ଦିନରେ ନାମାଙ୍କନ ପତ୍ର ଦାଖଲ ନେଇ ପରିବେଶ ଫିକା ପଡିଛି। ଆଜି ରାଜ୍ୟରେ ୮୭୭୨ ଜଣ ୱାର୍ଡମେମ୍ବର, ସରପଞ୍ଚ, ସମିତି ସଭ୍ୟ ଓ ଜିଲ୍ଲା ପରିଷଦ ପ୍ରାର୍ଥୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ୧୧୨୨ ଜଣ ସରପଞ୍ଚ ପ୍ରାର୍ଥୀ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଥିବା ବେଳେ ୫୧୨ ଜଣ ସମିତି ସଭ୍ୟ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ସେହିପରି ୨୨ ଜଣ ଜିଲ୍ଲା ପରିଷଦ ପ୍ରାର୍ଥୀ ସେମାନଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜ୍ୟ ନିର୍ବାଚନ କମିସନଙ୍କ ସଚିବଙ୍କ ପକ୍ଷରୁ ଏହି ସୂଚନା ମିଳିଛି।

ଆସନ୍ତାକାଲି ଓ ବୁଧବାର ଦିନ ଅଧିକ ସଂଖ୍ୟାରେ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିବେ ବୋଲି ଜଣାପଡିଛି। କୋ‌ଭିଡ କଟକଣା କଡାକଡି ଭାବେ ପାଳନ କରାଯାଉଥିବାରୁ ପ୍ରାର୍ଥୀ ଓ ତାଙ୍କର ୨ ଜଣ ସମର୍ଥକଙ୍କୁ ନେଇ କେବଳ ପ୍ରାର୍ଥୀପତ୍ର ଦାଖଲ କରିବାକୁ ପ୍ରାର୍ଥୀମାନେ ଆସୁଛନ୍ତି। ଶୋଭାଯାତ୍ରା ନାହିଁ। କେବଳ ନିରାଡମ୍ବର ଭାବେ ପ୍ରାର୍ଥୀମାନେ ସେମାନଙ୍କର ନାମାଙ୍କନ ପତ୍ର ଆଜି ଦାଖଲ କରିଛନ୍ତି। ଆଜି ପ୍ରଥମ ଦିନରେ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ବ୍ଲକ କାର୍ଯ୍ୟାଳୟ ଖାଁ ଖାଁ ଲାଗୁଥିଲା।  ବିଜେଡି, କଂଗ୍ରେସ କିମ୍ବା ବିଜେପିର ଦଳୀୟ ପ୍ରାର୍ଥୀ ଆଜି ପ୍ରାର୍ଥୀ ପତ୍ର ଦାଖଲ କରି ନଥିବା ବେଳେ ଆସନ୍ତାକାଲି କିମ୍ବା ବୁଧବାର ବିଭିନ୍ନ ଦଳ ପକ୍ଷରୁ ପ୍ରାର୍ଥୀପତ୍ର ଦାଖଲ କରାଯିବ ବୋଲି ସୂଚନା ମିଳିଛି।

ସୂଚନାଯୋଗ୍ୟ, ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ପ୍ରାର୍ଥୀପତ୍ର ଦାଖଲ କରିପାରିବେ ପ୍ରାର୍ଥୀ। ଆଉ ୨୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ହେବା ପରେ ୨୫ ତାରିଖ ସୁଦ୍ଧା ନାମାଙ୍କନପତ୍ର ପ୍ରତ୍ୟାହାର ହୋଇପାରିବ। ଆଉ ୨୫ ତାରିଖରେ ହିଁ ଚୂଡାନ୍ତ ପ୍ରାର୍ଥୀ ତାଲିକା ପ୍ରକାଶ ପାଇବ। ଫେବ୍ରୁଆରି ୧୬ରୁ ୨୪ ମଧ୍ୟରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ହେବ। ନାମାଙ୍କନପତ୍ର ଦାଖଲ ଆରମ୍ଭ ହୋଇଥିବା ବେଳେ ଆଜି କିଛି ସ୍ଥାନରେ ଉତ୍ତେଜନା ଦେଖିବାକୁ ମିଳିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe