ରାଜ୍ୟର ୫ ଜିଲ୍ଲାରୁ ୯ କରୋନା ପଜିଟିଭ ଚିହ୍ନଟ, ଜଣେ ୧୮ ବର୍ଷରୁ କମ୍ ବର୍ଗର

ରାଜ୍ୟର ୫ ଜିଲ୍ଲାରୁ ୯ କରୋନା ପଜିଟିଭ ଚିହ୍ନଟ, ଜଣେ ୧୮ ବର୍ଷରୁ କମ୍ ବର୍ଗର

ଭୁବନେଶ୍ବର: ଗତକାଲି ୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ମାତ୍ର ୫ଟି ଜିଲ୍ଲାରୁ ୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨୫ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି କଟକ, ନୂଆପଡ଼ା ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨ ଜଣ ଲେଖାଏଁ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ କଟକ ଜିଲ୍ଲାରୁ ୨ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ନୂଆପଡ଼ା ଜିଲ୍ଲାରୁ ୨ ଜଣ, ସମ୍ବଲପୁର ଜିଲ୍ଲାରୁ ୧ ଜଣ, ଓ ଷ୍ଟେଟପୁଲରୁ ୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୨, ୮୭, ୯୬୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨, ୭୮, ୬୮୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe