ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟର ସମସ୍ତ ସରକାରୀ ଆଇଟିଆଇରେ ପଢୁଥିବା ଛାତ୍ରଛାତ୍ରୀଙ୍କର ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। ଏହାଦ୍ବାରା ସରକାରୀ ଆଇଟିଆଇରେ ପଢୁଥିବା ରାଜ୍ୟର ୩୦ ହଜାର ଛାତ୍ରଛାତ୍ରୀ ଉପକୃତ ହେବେ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ୨୦୨୦ ଅପ୍ରେଲ ଠାରୁ ଡିସେମ୍ବର ମାସ ପର୍ଯ୍ୟନ୍ତ ୯ ମାସର ହଷ୍ଟେଲ ଫି ଛାଡ କରାଯାଇଛି। କୋଭିଡ ଯୋଗୁ ଏହି ସମୟରେ ଛାତ୍ରଛାତ୍ରୀ ହଷ୍ଟେଲରେ ରହୁ ନ ଥିଲେ। ଆଇଟିଆଇ ହଷ୍ଟେଲରେ ରହୁଥିବା ଛାତ୍ରଛାତ୍ରୀମାନେ ହଷ୍ଟେଲର ଦେୟ ବାବଦରେ ମାସିକ ୧୨୫ ଟଙ୍କା ଦେଇଥାନ୍ତି। ତେଣୁ ପ୍ରତ୍ୟେକ ଛାତ୍ରଛାତ୍ରୀ ୯ ମାସରେ ୧୧୨୫ ଟଙ୍କା ଦେୟ ହଷ୍ଟେଲ ଫି ବାବଦରେ ଛାଡ ପାଇବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2021/01/naveen-patnaik-BJD-Meeting1-bkm.jpg)