କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୪୨୮ରେ ପହଞ୍ଚିଲା

Advertisment
କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୪୨୮ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ୟରେ ୨୭୫୨ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ୯ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୨୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଆଜି ଗଞ୍ଜାମ ଓ ସୁନ୍ଦରଗଡ଼ରୁ ୨ ଜଣ ଲେଖାଏଁ, ବାଲେଶ୍ବର, ବଲାଙ୍ଗୀର, କଟକ, ଗଜପତି ଓ ଖୋର୍ଦ୍ଧାରୁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏହି ସମସ୍ତ ମୃତକ ପୁରୁଷ।

ଗଞ୍ଜାମ ଜିଲ୍ଲାରେ ଦୁଇ ମୃତକଙ୍କ ମଧ୍ୟରୁ ଜଣେ ୭୩ ଓ ଅନ୍ୟ ଜଣେ ୬୮ ବର୍ଷିୟ ପୁରୁଷ। ସୁନ୍ଦରଗଡ଼ ଜିଲ୍ଲାର ଦୁଇ ଜଣ ମୃତକ ୬୫ ଓ ୫୧ ବର୍ଷିୟ ପୁରୁଷ। ବାଲେଶ୍ବର, ବଲାଙ୍ଗୀର, କଟକ, ଗଜପତି ଓ ଖୋର୍ଦ୍ଧାରୁ ଯେଉଁ ଜଣେ ଲେଖାଏଁ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି, ସେମାନଙ୍କର ବୟସ ଯଥାକ୍ରମେ ୫୫, ୭୦, ୩୯, ୫୬ ଓ ୫୫ ବର୍ଷ। ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।

ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ ଏବେ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮୪ ହଜାର ୨୩୧କୁ ବୃଦ୍ଧିପାଇଛି। ଏଣେ ରାଜ୍ୟରେ ମୋଟ୍ ୫୬୯୨୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୬୮୨୬ ରହିଛି। କରୋନା ବ୍ୟତୀତ ଅନ୍ୟ ରୋଗରେ ୫୩ଜଣଙ୍କର ମୃତ୍ୟୁ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe