କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୫୩୧ରେ ପହଞ୍ଚିଲା

Advertisment
କରୋନାରେ ଆଉ ୯ଜଣଙ୍କ ମୃତ୍ୟୁ, ରାଜ୍ୟରେ ମୋଟ୍ ମୃତକଙ୍କ ସଂଖ୍ୟା ୫୩୧ରେ ପହଞ୍ଚିଲା

ଭୁବନେଶ୍ବର: ଆଜି ରାଜ୍ୟରେ ୩୨୬୭ ଜଣ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ କରୋନାରେ ୯ଜଣଙ୍କ ମୃତ୍ୟୁ ଘଟିଛି। ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଆଜି କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ବଲାଙ୍ଗୀରରେ ୨ ଜଣ ଲେଖାଏଁ, ଏବଂ ରାୟଗଡ଼ା ଜିଲ୍ଲାର ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି।

ଖୋର୍ଦ୍ଧା ଜିଲ୍ଲାର ୨ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ଜଣେ ୯୦ ବର୍ଷ ବୟସ୍କ ପୁରୁଷ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧା ଜିଲ୍ଲାର ୬୭ ବର୍ଷିୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକର ଯେଉଁ ୨ଜଣ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି, ସେମାନଙ୍କ ଭିତରେ ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଓ ଜଣେ ୬୭ ବର୍ଷ ବୟସ୍କା ମହିଳା ଅଛନ୍ତି। ଗଞ୍ଜାମର ଯେଉଁ ଦୁଇ ପୁରୁଷ ମୃତକ ଅଛନ୍ତି, ସେମାନଙ୍କ ବୟସ ଯଥାକ୍ରମେ ୭୦ ଓ ୫୦ ବର୍ଷ। ରାୟଗଡ଼ାର ଜଣେ ୫୨ ବର୍ଷିୟ ପୁରୁଷ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।
ଅପରପକ୍ଷରେ ବଲାଙ୍ଗୀରର ଯେଉଁ ଦୁଇ ପୁରୁଷ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି, ସେମାନଙ୍କର ବୟସ ୧୮ ଓ ୭୫ ବର୍ଷ ବୋଲି ଜଣାଯାଇଛି।

ଏବେ ରାଜ୍ୟରେ ମୋଟ୍ ୮୭୩୫୧ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୭୪୩ ରହିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe