ରାଜ୍ୟରେ ଆଜି ୯୧ କରୋନା ପଜିଟିଭ: ୮ ଜଣ ୧୮ ବର୍ଷରୁ କମ୍ ବୟସର

ଦିନକରେ ୫୩ ‌କୋଭିଡ ଆକ୍ରାନ୍ତ ଚିହ୍ନଟ

cntraveller.in

ଭୁବନେଶ୍ବର: ଆଜି ବି ରାଜ୍ୟରେ ଦୈନିକ କରୋନା ସଂକ୍ରମଣ ଶହେ ତଳେ ରହିଛି। ଗତକାଲି ୬୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୭ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୮ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୧ଟି ଜିଲ୍ଲାରୁ ୯୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ସୁନ୍ଦରଗଡ଼ ଓ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୪ ଜଣ  ଲେଖାଏଁ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧, ଭଦ୍ରକରୁ ୧, ବୌଦ୍ଧରୁ ୫, କଟକରୁ ୯ ଜଣ, ଦେବଗଡ଼ରୁ ୨, ଗଜପତିରୁ ୨, ଗଞ୍ଜାମରୁ ୧, ଜଗତସିଂହପୁରରୁ ୧ ଜଣ, ଯାଜପୁରରୁ ୩ ଜଣ, ଝାରସୁଗୁଡ଼ାରୁ ୧, କଳାହାଣ୍ଡିରୁ ୧, କନ୍ଧମାଳରୁ ୩, ଖୋର୍ଦ୍ଧା ଜିଲ୍ଲାରୁ ୧୪, କୋରାପୁଟରୁ ୩, ମାଲକାନଗିରିରୁ ୧ ଜଣ, ନୟାଗଡ଼ ଜିଲ୍ଲାରୁ ୨ ଜଣ, ନୂଆପଡ଼ାରୁ ୧୩, ପୁରୀରୁ ୫ ଜଣ, ରାୟଗଡ଼ାରୁ ୧, ସମ୍ବଲପୁରରୁ ୩ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟପୁଲରୁ ୪ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୩୪, ୫୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୩, ୨୪, ୨୩୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୦୪୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe