ଭୁବନେଶ୍ବର: ଆଜି ରାଜ୍ୟରେ ପୁଣି ଦୈନିକ କରୋନା ସଂକ୍ରମଣ ବୃଦ୍ଧି ପାଇଛି। ଗତକାଲି ୮୧୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୪୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୫୩୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ୩୯୨ ଜଣ ପଜିଟିଭ ସ୍ଥାନୀୟ ସଂକ୍ରମଣରୁ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରେ ୧୧୦ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ- କିଶୋର ଥିବା ଜଣାଯାଇଛି। ଆଜି ରାଜ୍ୟର ୨୮ଟି ଜିଲ୍ଲାରୁ ୯୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଅବଶିଷ୍ଟ ୨ଟି ଜିଲ୍ଲାରେ କରୋନା ସଂକ୍ରମଣର ସୂଚନା ନାହିଁ। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୧ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨୨, ବାଲେଶ୍ବର ଜିଲ୍ଲାରୁ ୫ ଜଣ, ବରଗଡ଼ରୁ ୯ ଜଣ, ଭଦ୍ରକରୁ ୬ ଜଣ, ବଲାଙ୍ଗୀରରୁ ୧୨ଜଣ, ବୌଦ୍ଧରୁ ୧୨ ଜଣ, କଟକରୁ ୭୫ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୨ ଜଣ, ଗଜପତିରୁ ୯ ଜଣ, ଗଞ୍ଜାମରୁ ୪, ଜଗତସିଂହପୁରରୁ ୧୪ ଜଣ, ଯାଜପୁରରୁ ୧୩ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡି ଜିଲ୍ଲାରୁ ୧୮ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୭୧, କୋରାପୁଟ ଜିଲ୍ଲାରୁ ୬ ଜଣ, ମୟୂରଭଞ୍ଜରୁ ୩୨ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ ଜିଲ୍ଲାରୁ ୨୭ ଜଣ, ନୂଆପଡ଼ାରୁ ୭ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୧୫ ଜଣ, ସମ୍ବଲପୁରରୁ ୫୩ ଜଣ, ସୋନପୁରରୁ ୩୭ ଜଣ, ସୁନ୍ଦରଗଡ଼ରୁ ୧୦୩ ଜଣ ଓ ଷ୍ଟେଟପୁଲରୁ ୭୬ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଏପର୍ଯ୍ୟନ୍ତ ରାଜ୍ୟରେ ୧୩, ୦୦, ୮୭୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୧୨,୮୫, ୩୭୪ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୬୩୧୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।