ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ସଂଖ୍ୟା ଏବେ କ୍ରମାଗତ ଶହେ ତଳେ ରହୁଛି। ଗତକାଲି ୭୯  କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ସୂଚନା ରହିଛି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷ ବୟସ୍କଙ୍କ ମଧ୍ୟରେ ଅଛନ୍ତି ୧୦ ଜଣ। ସଂଗରୋଧ କେନ୍ଦ୍ରରୁ ୫୭ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ଅଛନ୍ତି ୩୮ ଜଣ। ଏନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର ଜିଲ୍ଲାରୁ ୧୦ ଜଣ, ବରଗଡ଼ରୁ ୧ ଜଣ, ଭଦ୍ରକରୁ ୧, ବଲାଙ୍ଗୀରରୁ ୧, କଟକରୁ ୧୦ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୩ ଜଣ, ଯାଜପୁରରୁ ୨ ଜଣ, କଳାହାଣ୍ଡରୁ ୫ ଜଣ, କନ୍ଧମାଳରୁ ୩, କେନ୍ଦ୍ରାପଡ଼ାରୁ ୧, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୧୫ ଜଣ, ମୟୂରଭଞ୍ଜରୁ ୫ ଜଣ, ନବରଙ୍ଗପୁରରୁ ୩ ଜଣ, ନୟାଗଡ଼ରୁ ୨, ନୂଆପଡ଼ାରୁ ୩ ଜଣ, ପୁରୀରୁ ୫ ଜଣ, ସମ୍ବଲପୁରରୁ ୫ ଜଣ, ସୁନ୍ଦରଗଡ଼ରୁ ୧୬ ଜଣ ଓ ଷ୍ଟେଟ୍ପୁଲ୍ରୁ ୩ ଜଣ ଚିହ୍ନଟ ହୋଇଛନ୍ତି।

ନୂତନ ସଂକ୍ରମିତକୁ ମିଶାଇ ସମୁଦାୟ ପଜିଟିଭ୍ ସଂଖ୍ୟା ରହିଛି ୧୩୩୫୦୫୦ ଜଣ। ନୂଆ କରି ସୁସ୍ଥ ହୋଇଛନ୍ତି ୭୫ ଜଣ। ଏବେ ସୁଦ୍ଧା ସମୁଦାୟ ସୁସ୍ଥ ହୋଇ ସାରିଲେଣି ୧୩୨୫୨୦୫ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୫୯୩ ଜଣ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe