ଆସନ୍ତା ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଆସନ୍ତା ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ନବମ ଓ ଏକାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ଶିକ୍ଷକ ଅଭାବ ରହିବ ନାହିଁ। ଦକ୍ଷତା ଥିବା ପ୍ରାଥମିକ ସ୍କୁଲ ଶିକ୍ଷକଙ୍କ ଶିକ୍ଷାଦାନ ପାଇଁ ନିୟୋଜିତ କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀ ଓ ବ୍ଲକ୍ ଶିକ୍ଷା ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି।  ଏପରିକି ଅବସରପ୍ରାପ୍ତ ଶିକ୍ଷକ ବି ଶିକ୍ଷାଦାନରେ ନିୟୋଜିତ ହେବେ। ତେବେ ରବିବାର କ୍ଲାସ ହେବନି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି ଯେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲିବା ପାଇଁ ଏସଓପି ପ୍ରତ୍ସୁତ ହେଉଛି। ପ୍ରଥମରୁ ଅଷ୍ଟମ ଖୋଲିବାକୁ ଏସଆରସି ମାର୍ଗଦର୍ଶିକା ଜାରି କରିଛନ୍ତି। ଅଙ୍ଗନବାଡ଼ି ଖୋଲିଲାଣି। କେବେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ଖୋଲାଯିବ ସେ ନେଇ ମନ୍ତ୍ରୀ ସ୍ପଷ୍ଟ ଭାବେ ସୂଚନା ଦେଇ ନ ଥିଲେ ବି  ଠିକ ସମୟରେ ଖୋଲାଯିବ ବୋଲି କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe