ଆରମ୍ଭ ହେଲା ୯ମ ଓ ଏକାଦଶ ଶ୍ରେଣୀ ପାଠପଢ଼ା

Advertisment
ଆରମ୍ଭ ହେଲା ୯ମ ଓ ଏକାଦଶ ଶ୍ରେଣୀ ପାଠପଢ଼ା

ଭୁବନେଶ୍ବର : ଆଜିଠାରୁ ୯ମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହୋଇଛି। ସରକାରୀ, ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟଗୁଡ଼ିକରେ ଗୋଟିଏ ଦିନରେ କ୍ଲାସରୁମ୍‌ ପାଠପଢ଼ା ଆରମ୍ଭ ହୋଇଛି। ସକାଳୁ ନିର୍ଦ୍ଧାରିତ ସମୟରେ ଛାତ୍ରଛାତ୍ରୀ ସ୍କୁଲରେ ପହଞ୍ଚିବା ସହ ସାମାଜିକ ଦୂରତା ଅବଲମ୍ବନ କରି ପ୍ରବେଶ କରିଛନ୍ତି। ଶ୍ରେଣୀରେ ପ୍ରବେଶ ପୂର୍ବରୁ ହାତ ସାନିଟାଇଜ୍ କରିଛନ୍ତି। କୋଭିଡ୍‌-୧୯ ଗାଇଡ୍‌ଲାଇନ୍‌ ଆଧାରରେ କ୍ଲାସରୁମ୍‌ର ଆୟତ୍ତନ ଅନୁଯାୟୀ ଛାତ୍ରଛାତ୍ରୀଙ୍କ ବସିବା ବ୍ୟବସ୍ଥା‌ କରାଯାଇଛି ।

୯ମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ କ୍ଲାସରୁମ୍‌ ପାଠପଢ଼ା ଏପ୍ରିଲ ୩୦ ପର୍ଯ୍ୟନ୍ତ ଜାରି ରହିବ। ସୋମବାରରୁ ଶନିବାର ପର୍ଯ୍ୟନ୍ତ ପ୍ରତିଦିନ ସକାଳ ସାଢ଼େ ୮ଟାରୁ ସାଢ଼େ ୧୦ଟା ପର୍ଯ୍ୟନ୍ତ ଦୁଇ ଘଣ୍ଟା ଧରି ପାଠପଢ଼ା ହେବ ଏବଂ ପ୍ରତିଦିନ ୩ଟି ପରିଅଡ୍‌ କରାଯିବ। ରବିବାର କ୍ଲାସ୍‌ ହେବ ନାହିଁ। ତେବେ ସ୍ଥାନୀୟ ଅଞ୍ଚଳର ପାଣିପାଗକୁ ଦେଖି କ୍ଲାସର ସମୟରେ ପରିବର୍ତନ କରାଯାଇପାରେ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ କୁହାଯାଇଛି।

ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ଏଣିକି ପୂର୍ବାହ୍ନ ୧୧ଟାରୁ ଅପରାହ୍‌ଣ ୪ଟା ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ୭ଟି ପରିୟଡ୍‌ କ୍ଲାସ୍‌ କରାଯିବ। ଅପରାହ୍‌ଣ ୧ଟା ୪୦ରୁ ୨ଟା ୧୦ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ଛୁଟି ହେବ। ୯ମ ଓ ଏକାଦଶ ଶ୍ରେଣୀରେ ମଧ୍ୟାହ୍ନଭୋଜନ ଛୁଟି ରହିବ ନାହିଁ। ସିଫ୍ଟ ଆରମ୍ଭ ହେବାର ୩୦ ମିନିଟ୍‌ ପୂର୍ବରୁ ଶିକ୍ଷକ/ଶିକ୍ଷୟିତ୍ରୀ ସ୍କୁଲରେ ରିପୋର୍ଟିଂ କରିବେ। ପିରିୟଡ୍‌ଗୁଡ଼ିକର ଆଲଟ୍‌ମେଣ୍ଟ ଏମିତି ହେବ, ଯେମିତି ପ୍ରଥମ ସିଫ୍ଟରେ ବିଦ୍ୟାଳୟକୁ ଆସିଥିବା ଶିକ୍ଷକ/ଶିକ୍ଷୟିତ୍ରୀଙ୍କ କ୍ଲାସ୍‌ ଅପରାହ୍‌ଣ ସାଢ଼େ ୧ଟା ସୁଦ୍ଧା ସରିବ। ଦ୍ବିତୀୟ ସିଫ୍ଟର ଶିକ୍ଷକ/ଶିକ୍ଷୟିତ୍ରୀ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ଡ୍ୟୁଟି କରିବେ। ୯ମ ଓ ଏକାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ଲାଗି ମାର୍ଚ୍ଚ ଦ୍ବିତୀୟ ସପ୍ତାହରେ ୟୁନିଟ୍‌ ଟେଷ୍ଟ ଏବଂ ଏପ୍ରିଲ ଶେଷ ସପ୍ତାହରେ ବାର୍ଷିକ କ୍ଲାସ ପରୀକ୍ଷା ଅନୁଷ୍ଠିତ ହେବ। କୋଭିଡ୍‌-୧୯ ଗାଇଡ୍‌ଲାଇନ୍‌ ଆଧାରରେ କ୍ଲାସରୁମ୍‌ର ଆୟତ୍ତନ ଅନୁଯାୟୀ ଛାତ୍ରଛାତ୍ରୀଙ୍କ ବସିବା ବ୍ୟବସ୍ଥା‌ କରାଯିବ। ଜାନୁଆରି ୩ରେ ଗଣଶିକ୍ଷା ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଆଧାରରେ ହଷ୍ଟେଲ ଖୋଲି ଛାତ୍ରଛାତ୍ରୀଙ୍କ ରହିବା ବ୍ୟବସ୍ଥା କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe