ଅକ୍ଟୋବାର ୧ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ; ୩ ଯାଏ ପ୍ରବଳ ବର୍ଷା: ଫିକା ପଡ଼ିବ ପୂଜା ମାହୋଲ; ଜାଣନ୍ତୁ, କେଉଁ ଜିଲ୍ଲାରେ କେବେ ବର୍ଷା...

Advertisment
ଅକ୍ଟୋବାର ୧ରେ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ; ୩ ଯାଏ ପ୍ରବଳ ବର୍ଷା: ଫିକା ପଡ଼ିବ ପୂଜା ମାହୋଲ; ଜାଣନ୍ତୁ, କେଉଁ ଜିଲ୍ଲାରେ କେବେ ବର୍ଷା...

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ଏହାର ଆଖପାଖ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ସହ ବର୍ତ୍ତମାନ ଏହା ଆନ୍ଧ୍ରପ୍ରଦେଶ ଉପକୂଳରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବସ୍ଥିତ ରହିବା ସହ ସମୁଦ୍ର ପତନଠାରୁ ୧.୫ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇ ରହିଛି।

publive-image

ଏହାର ପ୍ରଭାବରେ ଅକ୍ଟୋବର ୧ରେ ଉତ୍ତର-ପୂର୍ବ ଏବଂ ଏହାର ଆଖପାଖ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆଜି ଠାରୁ ୩ ଅକ୍ଟୋବର ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ ବୋଲି ଆଜି ଅପରାହ୍ନରେ ଭାରତୀୟ ପାଣିପାଗ ବିଭାଗର ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି।

ଜାରି ହୋଇଥିବା ସତର୍କ ସୂଚନା ମୁତାବକ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ୨୯ ତାରିଖ ମଧ୍ୟାହ୍ନ ସୁଦ୍ଧା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଂଜ, ଦେବଗଡ, ବାଲେଶ୍ୱର, ଭଦ୍ରକ ପ୍ରଭୃତି ଜିଲ୍ଲାଗୁଡ଼ିକର କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା/ବଜ୍ରପାତ ହେବାର ସମ୍ଭାବନା ରହିଛି।

publive-image

ସେହିପରି ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଂଜ, ବାଲେଶ୍ୱର ଓ ଭଦ୍ରକ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୩୦ ସେପ୍ଟେମ୍ବର ୨୦୨୨

publive-image

ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଂଜ, ଗଜପତି, କୋରପୁଟ, କନ୍ଧମାଳ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୧ ଅକ୍ଟୋବର ୨୦୨୨

publive-image

ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଂଜାମ, କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢ଼େଙ୍କାନାଳ, କେନ୍ଦୁଝର ଓ ମୟୂରଭଂଜ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୨ ଅକ୍ଟୋବର ୨୦୨୨

publive-image

ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୩ ଅକ୍ଟୋବର ୨୦୨୨

publive-image

ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଂଜାମ, ଗଜପତି, କେନ୍ଦୁଝର, ମୟୂରଭଂଜ, ଢ଼େଙ୍କାନାଳ ଓ କନ୍ଧମାଳ ଜିଲ୍ଲା ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe