ମେ ୫ରେ ସୃଷ୍ଟି ହୋଇପାରେ ଲଘୁଚାପ

ଭୁବନେଶ୍ବର: ମେ ୪ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ତାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ୨୪ ଘଣ୍ଟା ମଧ୍ୟରେ ଏହା ଆହୁରି ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଶୁକ୍ରବାର ସୂଚନା ଦିଆଯାଇଛି ।

 

ଏତଦ ବ୍ୟତୀତ ଆଭ୍ୟନ୍ତରୀଣ ଓଡ଼ିଶାର ଅନେକ ସ୍ଥାନରେ ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରି ଯାଏଁ ତାତି ରହିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଗତକାଲି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୫ ଡିଗ୍ରି ରେକର୍ଡ କରାଯାଇଥିଲା । ଏପ୍ରିଲ ୨୯ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀରରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।

 

ସେହିପରି ଏପ୍ରିଲ ୩୦ରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଆଦି ଜିଲ୍ଲା ବି ଗ୍ରୀଷ୍ମ ପ୍ରବାହ ଜାରି ହେବାର ସମ୍ଭାବନା ରହିଛି । ଏହି ସମୟରେ ଅସୁସ୍ଥ ଥିବା ଲୋକଙ୍କ ସହିତ ନବଜାତ ଓ ବୃଦ୍ଧଙ୍କ ପ୍ରତି ଅଧିକ ଯତ୍ନଶୀଳ ହେବାକୁ ହେବ। ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଜରୁରୀ ନଥିଲେ ବାହାରକୁ ବାହାରିବା ପାଇଁ ବାରଣ କରାଯାଇଛି ।

 

ସମ୍ବନ୍ଧିତ ଖବର