ରାଜ୍ୟରେ ତିନିଦିନ ବଜ୍ରପାତ ଆଶଙ୍କା, ୟେଲୋ ଓ୍ଵାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, ଝାରସୁଗୁଡା, ଖୋର୍ଦ୍ଧା, କଟକ,ବାଲେଶ୍ୱର, ଭଦ୍ରକ ଓ ନୟାଗଡ଼ ଆଦି ଜିଲ୍ଲାକୁ ବଜ୍ରପାତ ଆଶଙ୍କା ରହିଛି। ତେଣୁ ପାଣିପାଗ ବିଭାଗ ଏସବୁ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି।

୬ରୁ ୮ ତାରିଖ ମଧ୍ୟରେ ରାଜ୍ୟରେ ବଜ୍ରପାତ ଆଶଙ୍କା ରହିଛି। ତେଣୁ ମୟୁରଭଞ୍ଜ, ବାଲେଶ୍ୱର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ଖୋର୍ଦ୍ଧା, କନ୍ଧମାଳ, ଗଞ୍ଜାମ, ଅନୁଗୁଳ, ନୟାଗଡ଼ ଓ ଭଦ୍ରକ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ୭ରୁ ୮ ତାରିଖ ମଧ୍ୟରେ ବର୍ଷା ସହିତ ବିଜୁଳି ଘଡ଼ଘଡ଼ି ମାରିପାରେ। ତେଣୁ ମୟୁରଭଞ୍ଜ, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ଝାରସୁଗୁଡା, କେନ୍ଦୁଝର, କଟକ, ପୁରୀ, ଖୋର୍ଦ୍ଧା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି ଓ କୋରାପୁଟ ଆଦି ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

୮ରୁ ୯ ତାରିଖ ମଧ୍ୟରେ ରାଜ୍ୟରେ ପ୍ରବଳ ସମ୍ଭାବନା ରହିଛି। କୋରାପୁଟ, ଗଞ୍ଜାମ, ଗଜପତି, ପୁରୀ, ମୟୁରଭଞ୍ଜ ଓ କେନ୍ଦୁଝର ଆଦି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।

ସମ୍ବନ୍ଧିତ ଖବର