ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ: ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା

ଭୁବନେଶ୍ବର: ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ବର୍ଷା ହେବ। ଆସନ୍ତାକାଲି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ।
ଗଞ୍ଜମ, ଗଜପତି, କେନ୍ଦୁଝର, ରାୟଗଡ଼ା ଓ ମୟୁରଭଞ୍ଜ ଆଦି ଜିଲ୍ଲାରେ ବର୍ଷା ହେବ। ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପରିମାଣ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ପକ୍ଷରୁ ସୂଚନା ରହିଛି।

ସମ୍ବନ୍ଧିତ ଖବର