ଭୁବନେଶ୍ୱର: ଗତକାଲିର ଅବପାତ ଗତ ୩ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୩ କିମି ବେଗରେ ଗତିକରି ବର୍ତ୍ତମାନ ପୂର୍ବ ରାଜସ୍ଥାନ ଏବଂ ପାର୍ଶ୍ୱବର୍ତ୍ତୀ ପଶ୍ଚିମ-ମଧ୍ୟପ୍ରଦେଶ ଅଞ୍ଚଳରେ ସକ୍ରିୟ ରହିଛି। ଏହି ଅବପାତ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଦୁର୍ବଳ ହୋଇ ସୁଦୃଶ୍ୟ ଲଘୁଚାପର ରୂପ ନେବା ସହ, ବର୍ତ୍ତମାନ ଏହାର ଆଉ କୌଣସି ସିଧାସଳଖ ପ୍ରଭାବ ଓଡିଶା ଉପରେ ନାହିଁ।
ଅନ୍ୟପକ୍ଷରେ ୧୯ ଅଗଷ୍ଟ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହି ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୮ରୁ ରାଜ୍ୟରେ ପୁଣି ବର୍ଷାର ପରିମାଣ ବଢ଼ିବ। ଲଘୁଚାପ ପ୍ରଭାବରେ ଅଗଷ୍ଟ ୧୯ ଏବଂ ୨୦ ତାରିଖରେ ରାଜ୍ୟରେ ପୁଣିଥରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଥିବା ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/post_attachments/wp-content/uploads/2022/08/A1-12-1024x574.jpg)
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୭ ଅଗଷ୍ଟ ବୁଧବାର ମଧ୍ୟାହ୍ନ ମଧ୍ୟରେ ରାଜ୍ୟରେ ବଡ଼ ବର୍ଷାର ସମ୍ଭାବନା ନାହିଁ। ତେବେ, ଏହି ସମୟ ମଧ୍ୟରେ ଓଡିଶାର ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ଓ ବଜ୍ରପାତ ହୋଇପାରେ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/A2.jpeg)