ଭୁବନେଶ୍ୱର: ଦକ୍ଷିଣ ମିଆଁମାର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ବାୟୁମଣ୍ଡଳରେ ୫.୮ କିଲୋମିଟର ଯାଏଁ ଗୋଟିଏ ଘୂର୍ଣ୍ଣି ବଳୟ ସକ୍ରିୟ ରହିଛି ଏହାର ପ୍ରଭାବରେ ଅଗଷ୍ଟ ୧୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2022/08/A2-11-1024x583.jpg)
ଏହି ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଅଗଷ୍ଟ ୧୮ ତାରିଖରୁ ବର୍ଷାର ବିସ୍ତୃତି ବଢିବ ଏବଂ ୧୯ ଏବଂ ୨୦ ତାରିଖରେ ରାଜ୍ୟରେ ବର୍ଷାର ପରିମାଣ ବଢିବ। ୧୯ରେ ରାଜ୍ୟରେ ପ୍ରବଳ ବର୍ଷା ହେବ। ଉପକୂଳ ଜିଲ୍ଲା ଗୁଡିକରେ ବର୍ଷା ଜାରି ରହିବ। ଆସନ୍ତାକାଲି ଠାରୁ ବର୍ଷା ଆରମ୍ଭ ହେଇଯିବ। ୨୦ ତାରିଖରେ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା ହେବ। ୨୧ ତାରିଖରେ ବର୍ଷା କମିଯିବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ଅଗଷ୍ଟ ୧୮ ତାରିଖରେ ପ୍ରବଳ ବର୍ଷା ପାଇଁ ଚେତାବନୀ ଜାର କରା ଯାଇଥିବା ବେଳେ ଅଗଷ୍ଟ ୧୯ ଏବଂ ୨୦ ତାରିଖରେ ଅତି ପ୍ରବଳ ବର୍ଷା ପାଇଁ ଚେତାବନୀ ଜାରି କରା ଯାଇଥିବା ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଅନ୍ୟପକ୍ଷରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ ୧୮ ଅଗଷ୍ଟ ଗୁରୁବାର ମଧ୍ୟାହ୍ନ ମଧ୍ୟରେ ଉତ୍ତର ଉପକୂଳ ଓଡ଼ିଶା କେନ୍ଦୁଝର, ମୟୂରଭଂଜ, ସୁନ୍ଦରଗଡ଼, ଦେବଗଡ, ଅନୁଗୁଳ, ଢେଙ୍କାନାଳ ଏବଂ ଓଡିଶାର ବାକି ଜିଲ୍ଲାଗୁଡ଼ିକରେ କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି।
/sambad/media/post_attachments/wp-content/uploads/2022/08/A1-13-1024x724.jpg)
ତେବେ, ଏହି ସମୟ ମଧ୍ୟରେ ଉପକୂଳ ଓଡ଼ିଶାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଢ଼େଙ୍କାନାଳ, ମୟୂରଭଂଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଅନଗୁଳ, ମାଲକାନାଗିରି, କୋରାପୁଟ, ନବରଙ୍ଗପୁର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି।
ସେହିପରି ଭୁବନେଶ୍ୱର ଓ କଟକ ଆଖପାଖ ଅଞ୍ଚଳର ଆକାଶ ଆଂଶିକ ମେଘୁଆ ରହିବା ସହ ଭୁବନେଶ୍ୱରର କିଛି ସ୍ଥାନରେ ହାଲୁକା ବର୍ଷା ଓ କଟକର କିଛି ସ୍ଥାନରେ ହାଲୁକା ବର୍ଷା ଓ ବଜ୍ରପାତ ହୋଇପାରେ ବୋଲି ଆଜି ଅପରାହ୍ନରେ ଜାରି ଏକ ସତର୍କ ସୂଚନାରେ କହିଛି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/08/Rain-9.jpg)