୧୯ ତାରିଖରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ; ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମଧ୍ୟମରୁ ପ୍ରବଳ ବର୍ଷା ସମ୍ଭାବନା

ଜାଣନ୍ତୁ କେଉଁ ଜିଲ୍ଲା ପାଇଁ କେବେ ଜାରି ହୋଇଛି ୟେଲୋ ଓ୍ଵାର୍ଣ୍ଣଂ

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଏବେ ଦକ୍ଷିଣ- ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ରହିବା ସହ ତମାମ୍‌ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଅନ୍ୟ ପକ୍ଷରେ ଉତ୍ତର ବଙ୍ଗୋପସାଗର ଓ ତତ୍‌ସଂଲଗ୍ନ ଅଞ୍ଚଳରେ ୧୯ ତାରିଖ ସୁଦ୍ଧା ଏକ ଲଗୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି କହିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଫଳରେ ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ସମଗ୍ର ରାଜ୍ୟରେ ମଧ୍ୟମରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨୧ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ହଳଦିଆ ବା ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।
ଆସନ୍ତାକାଲି ଅର୍ଥାତ୍‌ ୧୭ ପର୍ଯ୍ୟନ୍ତ ରାଜ୍ୟର
ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା ନୂଆପଡା ଜିଲ୍ଲାର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବଲାଙ୍ଗୀର, ସୋନପୁର ଏବଂ କେନ୍ଦୁଝର ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

Metweather

ଜୁନ୍‌ ୧୮ ତାରିଖ ପାଇଁ ଉତ୍ତର ଓଡ଼ିଶା, ଦକ୍ଷିଣ ଉପକୂଳ ଓଡିଶା ଏବଂ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାର କିଛି ଜିଲ୍ଲାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଏବଂ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଜୁନ୍‌ ୧୯ ତାରିଖରେ ଉତ୍ତର ଓଡ଼ିଶାର ଜିଲ୍ଲା ତଥା ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ସମ୍ବଲପୁର, ଦେଓଗଡ, ଅନୁଗୁଳ, ବାଲେଶ୍ୱର ଏବଂ ଭଦ୍ରକ ଜିଲ୍ଲାର ଏକ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲା ପାଇଁ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।
ଜୁନ୍‌ ୨୦ ତାରିଖରେ ଉତ୍ତର ଓଡ଼ିଶାର ଜିଲ୍ଲା ତଥା ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକା ଏବଂ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ଏହି ସମୟ ମଧ୍ୟରେ ସମ୍ବଲପୁର, ଅନୁଗୁଳ, ଦେବଗଡ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ସୋନପୁର, ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।
ସେହିପରି ଜୁନ୍‌ ୨୧ ତାରିଖରେ ଆଭ୍ୟନ୍ତରୀଣ ଓଡ଼ିଶା ସମେତ ଉପକୂଳ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ଅଧିକ ରହିଛି। ରାଜ୍ୟର ସୁନ୍ଦରଗଡ, ବରଗଡ, ନୂଆପଡା, ଝାରସୁଗୁଡା ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ଏବଂ ବଲାଙ୍ଗୀର, ସୋନପୁର, ସମ୍ବଲପୁର, ଦେବଗଡ, ଗଞ୍ଜାମ ଓ ପୁରୀ ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ମଧ୍ୟ ୟେଲୋ ଓ୍ଵାର୍ଣ୍ଣିଂ ଜାରି ହୋଇଛି।

ସମ୍ବନ୍ଧିତ ଖବର