୪ରେ ଲଘୁଚାପ; ଆସନ୍ତାକାଲି ମିଳିବ ସ୍ପଷ୍ଟ ଚିତ୍ର

୪ରେ ଲଘୁଚାପ; ଆସନ୍ତାକାଲି ମିଳିବ ସ୍ପଷ୍ଟ ଚିତ୍ର

ଭୁବନେଶ୍ୱର: ସମଗ୍ର ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଏବେ ସକ୍ରିୟ ହୋଇ ଗତ ପ୍ରାୟ ୩ଦିନ ଧରି ସମଗ୍ର ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ବର୍ଷା ଲାଗିରହିଛି। ଏବଂ ଏପରି ବର୍ଷା ଆଗାମୀ ୫ ଦିନ ପର୍ଯ୍ୟନ୍ତ ଜାରି ରହିବ। ଏପରିସ୍ଥିିତିରେ ଆସନ୍ତା ଜୁଲାଇ ୪ ତାରିଖ ଉତ୍ତର ଓଡ଼ିଶା ଏବଂ ତତ୍‌ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

ତେବେ, ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ ସଂପର୍କରେ ସବିଶେଷ ଭାବେ ଏବେ ଠାରୁ କିଛି ଆକଳନ କରିବା ସମ୍ଭବପର ନଥିଲେ ମଧ୍ୟ ଆସନ୍ତା ଦିନେରୁ ଦୁଇଦିନ ମଧ୍ୟରେ ସ୍ପଷ୍ଟ ଚିତ୍ର ମିଳିପାରିବ। ତେବେ, ଏହି ଲଘୁଚାପ ଦକ୍ଷିଣ-ପଶ୍ଚିମ ମୌସୁମୀକୁ ଆହୁରି ସକ୍ରିୟ କରାଇବା ସହ ରାଜ୍ୟରେ ବର୍ଷାର ପରିମାଣକୁ ବଢ଼ାଇବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe