ଭୁବନେଶ୍ବର: ଦକ୍ଷିଣ ଆଣ୍ଡାମାନ ସାଗର ଅଞ୍ଚଳରେ ରହିଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଦକ୍ଷିଣ ଆଣ୍ଡାମାନ ଓ ସଂଲଗ୍ନ ମଲାକ୍କା ଷ୍ଟ୍ରେଟ୍ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଯାଇଛି। ଏହା ଧୀରେଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୯ ତାରିଖ ଆଡ଼କୁ ଦକ୍ଷିଣ-ପୂର୍ବ ବଙ୍ଗୋପ ସାଗରରେ ଏକ ଅବପାତର ରୂପ ନେବ। ପରେ ଏହା ଉତ୍ତରପଶ୍ଚିମ ଆଡ଼କୁ ଗତି କରି ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଏକ ସାମୁଦ୍ରିକ ଝଡ଼ ବା ବାତ୍ୟାର ରୂପ ନେବ। ତେବେ ବାତ୍ୟାର ରୂପରେଖ କଣ ହେବ, ତାହା ୨୯ ତାରିଖ ପରେ ହିଁ ସ୍ପଷ୍ଟ ହେବ।
ଲଘୁଚାପ ପ୍ରଭାବରେ ଆଜି ରାଜ୍ୟର ଅଧିକାଂଶ ସ୍ଥାନର ପାଗ ମେଘୁଆ ରହିଥିଲା। କିଛି କିଛି ଅଞ୍ଚଳରେ ବର୍ଷା ମଧ୍ୟ ହୋଇଯାଇଛି। ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବୋଲଗଡ଼, ବରଗଡ଼, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, କେନ୍ଦୁଝର ଓ ମୟୂରଭଞ୍ଜ ଆଦି ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏହାପରେ ରାଜ୍ୟର ପାଗ ଶୁଖିଲା ରହିବ। ଏହି ୪ ଦିନ ପାଗ ଶୁଖିଲା ଓ ଖରାଟିଆ ରହିପାରେ। ଏହି ୫ ଦିନ ରାଜ୍ୟର ପାଗରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ। ଥଣ୍ଡା ଏହିଭଳି ରହିବ। ଆସନ୍ତାକାଲି ରାଜଧାନୀ ଭୁବନେଶ୍ବର ଓ ଏହାର ଆଖପାଖ ଅଞ୍ଚଳର ପାଗ ଆଂଶିକ ମେଘୁଆ ରହିବ। ଦିନର ସର୍ବୋଚ୍ଚ ତାପମାତ୍ରା ୨୯ ଡିଗ୍ରି ଓ ସର୍ବନିମ୍ନ ରାତି ତାପମାତ୍ରା ୧୮ ଡିଗ୍ରି ରହିବ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/sea-gh.jpg)