Abhijit Majumdar's health condition critical: Admitted to ICU again
ଭୁବନେଶ୍ବର: ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ । ପୁଣିଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ଅଭିଜିତ। ଗତ ୨୪ ଘଣ୍ଟାରେ ତାଙ୍କର ସ୍ଥିତି ଅଧିକ ଖରାପ ହୋଇଥିବା ସୂଚନା ଦେଇଛି ଭୁବନେଶ୍ୱର ଏମ୍ସ।
ତାଙ୍କର ସ୍ନାୟୁ ଜନୀତ ସମସ୍ୟାରେ କୌଣସି ସୁଧାର ହୋଇନାହିଁ। ସେ ନିରନ୍ତର ଅଚେତ ଅବସ୍ଥାରେ ଅଛନ୍ତି ବୋଲି ଭୂବନେଶ୍ୱର ଏମ୍ସ କର୍ତ୍ତୃପକ୍ଷ ଜଣାଇଛନ୍ତି।
ତାଙ୍କ ଯାଞ୍ଚରେ ମିଳିଛି ଯେ, ସେ ଅସମୋଟିକ୍ ଡେମିଲେସନ ସିଣ୍ଡ୍ରୋମ ନାମକ ଏକ ସ୍ନାୟୁ ଜନୀତ ରୋଗରେ ପୀଡ଼ିତ। ନିମୋନିଆ ସହିତ ତାଙ୍କର ଫୁସଫୁସରେ ସଂକ୍ରମଣ ହୋଇଛି। ରକ୍ତରେ ଜୀବାଣୁ ସଂକ୍ରମଣ ଓ ପୁରୁଣା ଯକୃତ୍ ରୋଗ ସମସ୍ୟା ଏବଂ ଭିଟାମାଟି 'ଡି' ଓ ଫଲିକ ଏସିଡ ଭଳି ପୋଷକ ତତ୍ତ୍ବର ଅଭାବ ରହିଛି।
ଗତ ୨୫ ସେପ୍ଟେମ୍ବରରେ ତାଙ୍କୁ ମେଡିକାଲ ଆଇସିୟୁ ରୁ ମେଡିସିନ ୱାର୍ଡକୁ ଅଣାଯାଇଥିଲା। କିନ୍ତୁ ଶନିବାର ସ୍ବାସ୍ଥ୍ୟ ବିଗିଡ଼ିବାରୁ ପୁଣିଥରେ ଆଇସିୟୁରେ ଭର୍ତ୍ତି କରାଯାଇଛି।
Follow Us