Image Source--news first
ବାରିପଦା: ମୟୂରଭଞ୍ଜ ଜିଲ୍ଲା ଅନ୍ତର୍ଗତ ବାରିପଦା ସଦର ଥାନା ଅଞ୍ଚଳରେ ଗତକାଲି ବିଳମ୍ବିତ ରାତ୍ରିରେ ଅଜଣା ଗାଡ଼ି ଧକ୍କାରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ଘଟଣା ଚାଞ୍ଚଲ୍ୟ ଖେଳାଇ ଦେଇଛି।
ମିଳିଥିବା ସୂଚନା ଅନୁସାରେ ମୟୂରଭଞ୍ଜ ଜିଲ୍ଲାର ବାରିପଦା ସଦର ଥାନା ଅନ୍ତର୍ଗତ ଜ୍ୟୋତିପୁର ଜଙ୍ଗଲ ରାସ୍ତାରେ ବିଳମ୍ବିତ ରାତ୍ରିରେ ଏହି ଦୁର୍ଘଟଣା ଘଟିଛି। ଏଥିରେ ଯେଉଁ ଦୁଇ ଜଣଙ୍କର ଘଟିଛି ସେମାନେ ହେଲେ ଇଟାମୁଣ୍ଡିଆ ଗ୍ରାମର ଗୌତମ ମହାନ୍ତ ଓ ଅଜିତ ମହାନ୍ତ । ସେଦୁହେଁ ଗତକାଲି ହାତିକୋଟ ଗ୍ରାମକୁ ଏକ ବିବାହ ଭୋଜିରେ ଯୋଗ ଦେବାକୁ ଯାଇଥିଲେ।
ଭୋଜିରୁ ଗୌତମ ମହାନ୍ତ ଓ ଅଜିତ ମହାନ୍ତ ରାତ୍ରି ପାଖାପାଖି ୧୨ ଟା ସମୟରେ ଜ୍ୟୋତିପୁର ଜଙ୍ଗଲ ରାସ୍ତାରେ ଘରକୁ ଫେରୁଥିଲେ। ସେହି ସମୟରେ ଏହି ଦୁର୍ଘଟଣା ଘଟିଥିଲା। ଉକ୍ତ ଦୁର୍ଘଟଣା ପରେ ପଛପଟୁ ଆସୁଥିବା ଅନ୍ୟ ସାଙ୍ଗମାନେ ୧୦୮ ଆମ୍ବୁଲାନ୍ସ ଦ୍ୱାରା ପିଆରଏମ ମେଡିକାଲକୁ ଆଣିଥିଲେ। ତେବେ ମେଡିକାଲରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।
Follow Us