ବାଲି ବୋଝେଇ ଟିପରକୁ ଧକ୍କା ଦେଲା ବସ୍, ଚାଳକ ମୃତ ,୪ ଗୁରୁତର

ଅନୁଗୁଳ: ଅନୁଗୁଳ ଜିଲ୍ଲା ଜରପଡ଼ା ଛକରେ ଏକ ଯାତ୍ରୀବାହୀ ବସ ଓ ବାଲି ଟ୍ରକ୍ ମୁହାଁମୁହିଁ  ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତେବେ ଏଥିରେ ୩୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତିଯାଇଛନ୍ତି।

ସୂଚନାରୁ ପ୍ରକାଶ ଯେ , ରାୟପୁରୁ -ଭୁବନେଶ୍ୱର ଅଭିମୁଖେ ଯାଉଥିବା ଯାତ୍ରୀବାହୀ ଡଲଫିନ୍ ବସର  ଜରପଡ଼ା ଥାନା ନିକଟ ଛକରେ ରାତି ପ୍ରାୟ ସାଢ଼େ ୩ଟା ସମୟରେ ଏକ ବାଲି ବୋଝେଇ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା ଫଳରେ ବସ ଡ୍ରାଇଭରଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଥିଲେ।ସେମାନଙ୍କୁ ଅନୁଗୁଳ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ୩୦ରୁ ଅଧିକ ଯାତ୍ରୀ ଅଳ୍ପକେ ବର୍ତ୍ତି ଯାଇଛନ୍ତି।

ସମ୍ବନ୍ଧିତ ଖବର