ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା: ଦୁଇ ମୃତ, ଜଣେ ଆହତ

ଲକ୍ଷ୍ମୀପୁର: କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ୍ ଅନ୍ତର୍ଗତ ସୋଡାବାଡି ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଦୁଇଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଜଣେ ଗୁରୁତର ଆହତ ହୋଇଛନ୍ତି। ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି।
ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ଡାକ୍ତରଖାନାରେ ପ୍ରାଣ ହରାଇଛନ୍ତି।

ଆହତଙ୍କୁ ରାୟଗଡା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତକଙ୍କ ମଧ୍ୟରେ ଜଣେ ତୁରୁଗୁଡି ଗାଁର ଡମ୍ବୁ ବିଡିକା ବୋଲି ଜଣାଯାଇଥିବା ବେଳେ ଅନ୍ୟ ଜଣଙ୍କର ପରିଚୟ ମିଳିନାହିଁ। ବନ୍ଧୁଗାଁ ବିଏସଏଫ ଜବାନମାନେ ଆହତଙ୍କୁ ଡାକ୍ତରଖାନାକୁ ପଠାଇଥିଲେ।

ସମ୍ବନ୍ଧିତ ଖବର