ଘଟଗାଁ ନିକଟରେ ଭୟଙ୍କର ଦୁର୍ଘଟଣା: ଘଟଣାସ୍ଥଳରେ ୭ ମୃତ, ୮ ଗୁରୁତର

Advertisment
ଘଟଗାଁ ନିକଟରେ ଭୟଙ୍କର ଦୁର୍ଘଟଣା: ଘଟଣାସ୍ଥଳରେ ୭ ମୃତ, ୮ ଗୁରୁତର

କେନ୍ଦୁଝର: ସକାଳୁ ସକାଳୁ ଘଟଗାଁ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ରାସ୍ତା କଡ଼ରେ ଠିଆ ହୋଇଥିବା ଟ୍ରକକୁ ପିଟିଲା ଭ୍ୟାନ୍। ତାରିଣୀଙ୍କ ଦର୍ଶନ ପାଇଁ ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡିରୁ ଆସୁଥିବା ଏକ ଉଇଙ୍ଗର ଗାଡ଼ି ଦୁର୍ଘଟଣାଗ୍ରସ୍ତ। ଦୁର୍ଘଟଣାରେ ୭ ମୃତ ଓ ଏକାଧିକ ଆହତ।

ସୂଚନା ଅନୁସାରେ, ଘଟଗାଁ ତାରିଣୀଙ୍କୁ ଦର୍ଶନ କରିବା ଲାଗି ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ଅନ୍ତର୍ଗତ ପୁଡାମାରି ଗାଁରୁ ଆସୁଥିବା ଏକ ଉଇଙ୍ଗର ଭ୍ୟାନ‌ ମନ୍ଦିରର ମାତ୍ର ତିନି କିଲୋମିଟର ପୂର୍ବରୁ ବାଲିଯୋଡ଼ିଠାରେ ରାସ୍ତା କଡ଼ରେ ଛିଡା ହୋଇଥିବା ଏକ ଟ୍ରକ ସହିତ ଧକ୍କା ଖାଇଥିଲା। ଭ୍ୟାନର ବେଗ ଅଧିକ ଥିବାରୁ ଦୁର୍ଘଟଣାରେ ଘଟଣାସ୍ଥଳରେ ୭ ଜଣ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଏଥିସହ ଭ୍ୟାନରେ ଥିବ‌ା ଅନ୍ୟ ଯାତ୍ରୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ଚିକିତ୍ସା ଲାଗି ଘଟଗାଁ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି।

ଦୁର୍ଘଟଣା ସକାଳ ୫ଟା ପାଖାପାଖି ଘଟିଥିବା ନେଇ ସ୍ଥାନୀୟ ବାସିନ୍ଦାଙ୍କଠାରୁ ଜଣାପଡ଼ିଛି। ଭୋର ସମୟ‌େରେ କୁହୁଡି ଥିବା ଯୋଗୁ ଡ୍ରାଇଭର କମ୍ ଦୃଶ୍ୟମାନତା ହେତୁ ରାସ୍ତାକଡ଼ରେ ଥିବା ଟ୍ରକଟିକୁ ଦେଖିପାରିନାହାନ୍ତି କିଂବା ଢ଼ୁଲାଇ ପଡ଼ିଥିବା ହେତୁ ପୂରା ବେଗରେ ଥିବା ବେଳେ ଟ୍ରକ ସହ ପିଟି ଭ୍ୟାନ୍ ହୋଇଛି ବୋଲି ଅନୁମାନ କରାଯାଉଛି। ଦୁର୍ଘଟଣାରେ ଭ୍ୟାନର ସାମନା ଅଂଶଟି ସଂପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ ସମ୍ମୁଖ ଭାଗରେ ବସିଥିବା ଯ‌ାତ୍ରୀମାନେ ଅଧିକ କ୍ଷତିଗ୍ରସ୍ତ ହୋଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe