ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଗଛକଟାଳି ମୃତ

ରାମଚନ୍ଦ୍ରପୁର: ରାମଚନ୍ଦ୍ରପୁର ଥାନା ଗଡ଼ବାନ୍ଧଗୋଡା ପଞ୍ଚାୟତ ଅନ୍ତର୍ଗତ ମଙ୍ଗଳାଗଡିଆ ଗ୍ରାମର ମଦନମୋହନ ମଲ୍ଲିକ ବାଡିରେ ଗଛ କାଟୁଥିବା ବେଳେ ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣେ ଗଛ କଟାଳିଙ୍କର ମୃତ୍ୟୁ ଘଟିଛି। ସେ ହେଉଛନ୍ତି କ୍ଷୀରୋଦକୁମାର ଜେନା(୨୨)। ମୃତକଙ୍କ ଘର ଘସିପୁରା ବ୍ଲକ ବାତୋ ଗ୍ରାମରେ। ଘଟଣା ପରେ ସ୍ଥାନୀୟ ଲୋକ ତାଙ୍କୁ ଉଦ୍ଧାର କରି ସାଇଁକୁଳ ଡାକ୍ତରଖାନାକୁ ପଠାଇଥିଲେ। ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଥିଲେ। ଖବର ପାଇ ସାଇଁକୁଳ ଫାଣ୍ତି ଅଧିକାରୀ ପରେଶକୁମାର ମହାନ୍ତି ଡାକ୍ତରଖାନାରେ ପହଞ୍ଚି ଶବ ଜବତ କରିବା ସହ ଶବ ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାକୁ ପଠାଇଛନ୍ତି। ରାମଚନ୍ଦ୍ରପୁର ଥାନାରେ ୩/୨୧ ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ପୁଲିସ ଅଧିକ ତଦନ୍ତ ଚଳାଇଛି।

ସମ୍ବନ୍ଧିତ ଖବର