ସମ୍ବଲପୁର: ସମ୍ବଲପୁର ସର୍କଲ ଜେଲରେ ଏକ ଅଭାବନୀୟ ଘଟଣା ଘଟିଥିବାର ଖବର ମିଳିଛି। ଏଠାରେ ଜଣେ କଏଦୀ ବେକରେ ଗାମୁଛା ଦେଇ ଆତ୍ମହତ୍ୟା କରିଥିବା କୁହାଯାଉଛି। ମୃତକ ହେଲେ ସଦର ଥାନା ସିନ୍ଦୂରପଙ୍କ ଅଞ୍ଚଳର ଧରଣୀଧର ମହାନନ୍ଦ(୩୫)। ସେ ଗତକାଲି ଏକ ପାରିବାରିକ କଳହ ମାମଲାରେ ଅଭିଯୁକ୍ତ ସାବ୍ୟସ୍ତ ହେବା ପରେ ଜେଲକୁ ଆସିଥିଲେ। ଆଜି ବଡ଼ି ଭୋରୁ ସେ ପ୍ରାଣ ହରାଇଥିବା ଜଣାଯାଇଛି।
ଏ ସଂପର୍କରେ ଜାଣିବା ପରେ ସମ୍ବଲପୁର ସର୍କଲ ଜେଲ କର୍ତ୍ତୃପକ୍ଷ ଧରଣୀଧର ମହାନନ୍ଦଙ୍କୁ ସମ୍ବଲପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ତେବେ ଏନେଇ ସମ୍ବଲପୁର ସର୍କଲ ଜେଲ କର୍ତ୍ତୃପକ୍ଷ କୌଣସି ସୂଚନା ଦେଇନାହାନ୍ତି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/05/sambalpur-circle-jail.jpg)