ଛୁଟିରେ ଥିବା ୧୯୬ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସ୍ବାସ୍ଥ୍ୟମନ୍ତ୍ରୀ

ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ସେମାନଙ୍କ ଛୁଟିର କାରଣ ଯାଞ୍ଚ୍ କରାଯାଇ ସେମାନଙ୍କ ବିରୋଧରେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ...

ଅଦ୍ୟତନ ହୋଇଛି
3amnnzpa

ଭୁବନେଶ୍ବର: ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । ବିଭିନ୍ନ କ୍ୟାଡରର ୧୯୬ ଡାକ୍ତର ଭିନ୍ନଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି ।

ସେମାନଙ୍କ ଛୁଟିର କାରଣ ଯଥାର୍ଥ ନ ଥିଲେ ସେମାନଙ୍କ ବିରୋଧରେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଜେପି ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଏକ ପ୍ରଶ୍ନ ନେଇ ସ୍ୱାସ୍ଥ୍ୟମନ୍ତ୍ରୀ ଡ.ମୁକେଶ ମହାଲିଙ୍ଗ ବିଧାନସଭାରେ ଉତ୍ତର ରଖିଛନ୍ତି ।

ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ତଥ୍ୟ ଅନୁସାରେ, ରାଜ୍ୟରେ ଡାକ୍ତର ବହୁ ଡାକ୍ତର ପଦବୀ ଖାଲି ପଡିଛି। ୧୧୧୪ ସ୍ପେଶାଲିଷ୍ଟ ଡାକ୍ତରଙ୍କ ସହିତ ୫ ହଜାର ୧୪ ଡାକ୍ତର ପଦବୀ ଖାଲି ପଡ଼ିଛି।  ୩୦ଟି ଜିଲ୍ଲାର ୩୭୫ଟି ସିଏଚସିରେ ଏହି ଡାକ୍ତରଙ୍କ ପଦବୀ ଖାଲି ପଡିଛି । ସର୍ବାଧିକ ଗଞ୍ଜାମରେ ୪୫୦ ଡାକ୍ତରଙ୍କ ପଦବୀ ଖାଲି ପଡିଛି ।

ଅଧିକ ପଢ଼ନ୍ତୁ: ୫ ମାସରେ ୯୦ ସରକାରୀ ବାବୁଙ୍କ ବିରୋଧରେ ମାମଲା

ସେହିପରି ମୟୁରଭଞ୍ଜରେ ୩୦୯, ଖୋର୍ଦ୍ଧାରେ ୧୨, କଟକରେ ଏସସିବିରେ ୨୮୧ ଡାକ୍ତର ପଦବୀ ଖାଲି ପଡିଛି । ସେହିପରି ସ୍ପେଶାଲ ଡାକ୍ତର ସର୍ବାଧିକ ମୟୂରଭଞ୍ଜରେ ୮୭, ଗଞ୍ଜାମରେ ୮୭, ଖୋର୍ଦ୍ଧାରେ ୨୯, କଟକରେ ୪୩ ପଦବୀ ଖାଲି ପଡିଛି । 

ରାଜ୍ୟରେ ଡାକ୍ତର ନିଯୁକ୍ତି ହେଉ ନ ଥିବାବେଳେ ଏକାଧିକ ଡାକ୍ତର ଛୁଟିରେ ରହିବା ସ୍ୱାସ୍ଥ୍ୟସେବା ସଙ୍କଟରେ ପଡ଼ିଛି। ତେଣୁ ଏନେଇ କ’ଣ ପଦକ୍ଷେପ ନିଆଯାଉଛି ବୋଲି  ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନରେ ସ୍ୱାସ୍ଥ୍ୟମନ୍ତ୍ରୀ ଉତ୍ତର ରଖିଛନ୍ତି ।

ଅଧିକ ପଢ଼ନ୍ତୁ: ବିଜେପିରେ ଯୋଗ ଦେଲେ ବଡ଼ମ୍ବା ପଞ୍ଚାୟତ ସମିତି ଅଧ୍ୟକ୍ଷ ରଘୁପତି ମହାନ୍ତି

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe