ମାଟ୍ରିକ୍‌ ପ୍ରଶ୍ନପତ୍ର ଲିକ୍‌ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ଗଣଶିକ୍ଷା ମନ୍ତ୍ରୀ

Advertisment
ମାଟ୍ରିକ୍‌ ପ୍ରଶ୍ନପତ୍ର ଲିକ୍‌ ହେଲେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ମାଟ୍ରିକ୍‌ ପରୀକ୍ଷା ପାଇଁ ସମୟ ନିକଟତର ହୋଇ ଆସୁଥିବା ବେଳେ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏଥିପାଇଁ ଜୋରଦାର୍‌ ପ୍ରସ୍ତୁତି ଚାଲିଛି। ପରୀକ୍ଷାକୁ ଶୃଙ୍ଖଳିତ ଭାବେ ଶେଷ କରିବାକୁ ବୋର୍ଡ ତରଫରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି, ମାଟ୍ରିକ୍‌ ପ୍ରଶ୍ନପତ୍ର ଲିକ୍‌ ବା ଭାଇରାଲ ହେଲେ ଦାୟିତ୍ବରେ ଥିବା ବ୍ୟକ୍ତିଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯିବ। ସଂପୃକ୍ତ ଦାୟିତ୍ୱରେ ଥିବା ଅଧିକାରୀଙ୍କ ବିରୋଧରେ ଦୃଢ଼ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ନିଆଯିବ। ପ୍ରଶ୍ନପତ୍ର ଲିକ୍‌ ନ ହେବା ପାଇଁ ଚଳିତ ଥର କୋଡିଂ ବ୍ୟବସ୍ଥା କରାଯାଇଛି। ତେଣୁ ଆଶା କରାଯାଉଛି ଯେ, ଏଥର ପ୍ରଶ୍ନପତ୍ର ଲିକ୍‌ ବା ଭାଇରାଲ ହୋଇ ପାରିବ ନାହିଁ।

ସୂଚନାଯୋଗ୍ୟ ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ଆଗାମୀ ୧୯ ତାରିଖରେ ଆରମ୍ଭ ହେବ। ଏହି ପରୀକ୍ଷା ମାର୍ଚ୍ଚ ୨ ତାରିଖରେ ଶେଷ ହେବ। ୨, ୮୮୮ଟି କେନ୍ଦ୍ରରେ ମୋଟ ୫ ଲକ୍ଷ ୬୦ ହଜାର ୮୯୧ ଜଣ ଛାତ୍ରଛାତ୍ରୀ ମାଟ୍ରିକ ପରୀକ୍ଷା ଦେବେ। ମାଟ୍ରିକ୍‌ ବୋର୍ଡ ପରୀକ୍ଷା ପାଇଁ ମୋଟ୍‌ ୩୦୭ଟି ନୋଡାଲ ସେଣ୍ଟର କରାଯାଇଛି।

ବୋର୍ଡ ପକ୍ଷରୁ ସମ୍ବେଦନଶୀଳ ୧ ହଜାର ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଇବା କାମ ଜାରି ରହିଛି। ସେହିଭଳି ନୋଡାଲ ସେଣ୍ଟରଗୁଡ଼ିକରେ ୨୪ ଘଣ୍ଟିଆ ସୁରକ୍ଷା ବ୍ୟବସ୍ଥା ପାଇଁ ଆବଶ୍ୟକ ପଦକ୍ଷେପ ନିଆଯାଇଛି। ପରୀକ୍ଷା ପାଇଁ ତ୍ରିସ୍ତରୀୟ ସ୍କ୍ଵାର୍ଡ ବ୍ୟବସ୍ଥା କରାଯିବ। ଆଗାମୀ ୮ ତାରିଖରେ ଓଏମ୍‌ଆର ଉପସ୍ଥାନ ସିଟ୍‌ ଓ ଆଡମିଟ୍‌ କାର୍ଡ ସ୍କୁଲଗୁଡ଼ିକରେ ପହଞ୍ଚିବ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe