ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟ ଏବେ ଆକ୍ସନ୍ ମୋଡରେ ଆସିଛି। ଜନଶୁଣାଣିରେ ଲୋକମାନଙ୍କ ପକ୍ଷରୁ ଅଣାଯାଉଥିବା ଅଭିଯୋଗ ଏବଂ ସମସ୍ୟାର ସମାଧାନ ନହେଲେ ଏଣିକି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।  ଏନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ପକ୍ଷରୁ ଚିଠି ଜାରି ହୋଇଛି ।

Advertisment

ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳ, ଏସପି, ପୁଲିସ ଡିଜି, ପୁଲିସ କମିସନର ସମସ୍ତଙ୍କୁ ସିଏମଓ ପକ୍ଷରୁ ଚିଠି ଜାରି କରାଯାଇଛି। 

କିଛି ଲୋକମାନେ ସେମାନଙ୍କ ସମସ୍ୟାର ସମାଧାନ ହେଉ ନଥିବାରୁ ବାରମ୍ବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠକୁ ଆସୁଛନ୍ତି । ସେମାନଙ୍କ ସମସ୍ୟାର ସମାଧାନ ଯେପରି ଥରକରେ ହୋଇପାରିବ, ତାହା ଉପରେ ଗୁରୁତ୍ବ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଅଧିକ ପଢ଼ନ୍ତୁ: ସୋରୋ ଜଗନ୍ନାଥ ମନ୍ଦିରରୁ ସୁନା ଓ ରୁପା ମୁକୁଟ ନେଇ ଚମ୍ପଟ ମାରିଲେ ଚୋର

ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି ଏବଂ ସେହିଠାରେ ହିଁ ବିଭିନ୍ନ ସମସ୍ୟାର ସମାଧାନ କରୁଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଇତିମଧ୍ୟରେ  ୯ଥର ଅଭିଯୋଗ ପ୍ରକୋଷ୍ଠରେ ଲୋକଙ୍କ ସମସ୍ୟା ବୁଝିଛନ୍ତି । 

ଅଧିକ ପଢ଼ନ୍ତୁ: ଫେବ୍ରୁଆରି ୧୦ରୁ ଓଡ଼ିଶାରେ ମାସେବ୍ୟାପୀ କୃମିନାଶ ଅଭିଯାନ