ଆଗୁଆ ଜାମିନ୍‌ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅଭିନେତା ବାବୁସାନ

Advertisment
ଆଗୁଆ ଜାମିନ୍‌ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ଅଭିନେତା ବାବୁସାନ

କଟକ/ଭୁବନେଶ୍ବର: ଓଲିଉଡରେ ଲୋକପ୍ରିୟ ଅଭିନେତା ବାବୁସାନ୍‌ ମହାନ୍ତି ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଛନ୍ତି। ଅଭିନେତା ବାବୁସାନ ଆଗୁଆ ଜାମିନ୍‌ ପାଇଁ ହାଇକୋର୍ଟଙ୍କ ଦ୍ବାରସ୍ଥ ହୋଇଥିବା ଜଣାଯାଇଛି। ସୂଚନା ଅନୁସାରେ ଗତ ୨୩ ତାରିଖ ଦିନ ଅଭିନେତ୍ରୀ ପ୍ରକୃତି ମିଶ୍ରଙ୍କ ସହ ବାବୁସାନ ଭୁବନେଶ୍ବର ବିମାନବନ୍ଦରକୁ ଯାଉଥିବା ବେଳେ ବାବୁସାନଙ୍କ ପତ୍ନୀ ତୃପ୍ତି ଶତପଥୀ ବାବୁସାନଙ୍କୁ ମାରିବା ସହ ପ୍ରକୃତିଙ୍କୁ ଟଣାଓଟରା କରିଥିଲେ। ଏହି ଘଟଣାକୁ କେନ୍ଦ୍ରକରି ମାମଲା ଆଗକୁ ବଢ଼ିଥିଲା। ପ୍ରକୃତି ମିଶ୍ରଙ୍କ ବାପା ମନ୍ମଥ ମିଶ୍ର ତୃପ୍ତି ଶତପଥୀ ଓ ତାଙ୍କ ବାପାଙ୍କ ନାମରେ ଥାନାରେ ଏତଲା ଦେଲା ପରେ ତୃପ୍ତି ମଧ୍ୟ ଭୁବନେଶ୍ବରସ୍ଥିତ ଖାରବେଳ ନଗର ଥାନାରେ ଏତଲା ପ୍ରକୃତିଙ୍କ ବିରୋଧରେ ଏତଲା  ଦେଇଥିଲେ। ତୃପ୍ତିଙ୍କ ଅଭିଯୋଗକୁ ନେଇ ପୁଲିସ ମାମଲା ରୁଜୁ କରିଥିଲା।

ଏଠାରେ ଉଲ୍ଲେଖଯୋଗ୍ୟ, ବାବୁସାନଙ୍କ ବିରୋଧରେ ନିର୍ଯାତନା ଓ ଧମକ ଦେବା ନେଇ ପତ୍ନୀ ତୃପ୍ତି ଅଭିଯୋଗ କରିଥିଲେ। ପୁଲିସ ନିକଟରେ ତୃପ୍ତି ନିର୍ଦ୍ଦିଷ୍ଟ ଭାବେ ବାବୁସାନ ଓ ପ୍ରକୃତି ମିଶ୍ରଙ୍କ ବିରୋଧରେ ଅଭିଯୋଗ କରିଥିଲେ। ପୁଲିସ ତୃପ୍ତିଙ୍କ ଏତଲା ଆଧାରରେ ଆଇପିସିର ଦଫା ୪୯୮-କ ଓ ୫୦୬ରେ ମାମଲା ରୁଜୁ କରିଥିଲା। ଏହି ମାମଲାରେ ସମ୍ଭାବ୍ୟ ଗିରଫଦାରୀ ଏଡ଼ାଇବା ପାଇଁ ବାବୁସାନ ହାଇକୋର୍ଟରେ ଆବେଦନ କରିଛନ୍ତି। ବାବୁସାନଙ୍କ ତରଫରୁ ଆଇନଜୀବୀ ଆକାଶ ଭୂୟାଁ ମାମଲା ପରିଚାଳନା କରୁଛନ୍ତି।

ସୂଚନାଯୋଗ୍ୟ, ଆଜି ସକାଳ ପ୍ରାୟ ୮ଟା ୪୦ ମିନିଟ ସମୟରେ ଭୁବନେଶ୍ବରର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚି ଥିଲେ ଅଭିନେତା ବାବୁସାନ୍। ତାଙ୍କୁ ଅପେକ୍ଷା କରିଥିବା ଗଣମ‌ାଧ୍ୟମ ପ୍ରତିନିଧିଙ୍କୁ ବାବୁସାନ୍ କେବଳ ଏତିକି କହିଥିଲେ ଯେ ମୋତେ ମୋ ବାପାମାଆଙ୍କ ପାଖକୁ ଯିବାକୁ ଦିଅନ୍ତୁ। ତେବେ‌ ଯାହା କହିବା କଥା ତାହା ଠିକ୍ ସମୟରେ କହିବି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe