ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ବର : ବରିଷ୍ଠ ଅଭିନେତା ରବି ମିଶ୍ରଙ୍କ ପରଲୋକ । ହୃଦଘାତରେ ତାଙ୍କର ପରଲୋକ ହୋଇଥିବା ଖବର ହସ୍ତଗତ ହୋଇଛି ।

ଗତ କାଲି ସୁଟିଂ କରୁଥିବାବେଳେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ । ତେବେ ଏହା ଗ୍ୟାସ ଜନିତ ବୋଲି ଭାବି ସେ ସୁଟିଂ ଶେଷ କରିଥିଲେ । ଗତ ରାତିରେ ତାଙ୍କର ଯନ୍ତ୍ରଣା ବଢିବାପରେ ତାଙ୍କୁ କଟକ ବଡ଼ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ଏହା ପରେ ତାଙ୍କୁ ଭୁବନେଶ୍ବରସ୍ଥିତ  ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ତାଙ୍କର ମୃତ୍ୟୁ ହୋଇଥିଲା । ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା ।

ନବେ ଦଶକରେ ଦୂରଦର୍ଶନରେ ପ୍ରସାରିତ ଲୋକପ୍ରିୟ ଧାରାବାହିକ ଗୋପାଳ ରହସ୍ୟରେ ଗୋପାଳ ଭୂମିକାରେ ଅଭିନୟ କରି ସେ ଲୋକପ୍ରିୟ ହୋଇଥିଲେ । ଉଭୟ ମଞ୍ଚ ଓ ଚଳଚ୍ଚିତ୍ର ଜଗତରେ ସେ ଅଭିନୟ କରିଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଶୋକ

ବର୍ଷିଆନ ଅଭିନେତା ରବି ମିଶ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରକଟ କରିଛନ୍ତି । ଏକ ଟ୍ବିଟ କରି ସେ ଲେଖିଛନ୍ତି, “ବିଶିଷ୍ଟ ଅଭିନେତା ରବି ମିଶ୍ରଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଅନେକ ଲୋକପ୍ରିୟ ଚଳଚ୍ଚିତ୍ର ଓ ଧାରାବାହିକରେ ସେ ଛାଡ଼ି ଯାଇଥିବା ଛାପ ତାଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା ଜଣାଉଛି।“

ସମ୍ବନ୍ଧିତ ଖବର