ପୁରୀ: ମଙ୍ଗଳବାରଠାରୁ ନବଦିନାତ୍ମକ ଶ୍ରୀଗୁଣ୍ଡିଚା ଯାତ୍ରାରେ ବାହାରିଥିବା ଚତୁର୍ଦ୍ଧା ବିଗ୍ରହ ବୁଧବାର ପୂର୍ବାହ୍ନ ସୁଦ୍ଧା ଶ୍ରୀଗୁଣ୍ଡିଚା ମନ୍ଦିରଠାରେ ପହଞ୍ଚିଥିଲେ । ମଙ୍ଗଳବାରଠାରୁ ବଡ଼ଦାଣ୍ଡରେ ଅଟକି ରହିଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ଓ ଦେବୀ ସୁଭଦ୍ରାଙ୍କ ଦର୍ପଦଳନ ରଥ ବୁଧବାର ଦିନ ଶରଧାବାଲିରେ ବିଜେ କରିଥିଲେ । ତିନିରଥ ଶରଧାବାଲିରେ ବିଜେ ପରେ ରଥ ଉପରେ ଆଜିର ଦୈନନ୍ଦିନ ନୀତିକାନ୍ତି ସଂପନ୍ନ ହୋଇଛି।
ରଥଟଣା ଦିନ ଆଡ଼ପ ପହଣ୍ଡି ପରମ୍ପରା ବିରୋଧୀ ଥିବାରୁ ଆଜି ଅପରାହ୍ନରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ପହଣ୍ଡି କରାଯାଇଛି | ଗୋଟି ପହଣ୍ଡିରେ ଚତୁର୍ଦ୍ଧା ବିଗ୍ରହ ଆଡ଼ପ ମଣ୍ଡପ(ଜନ୍ମବେଦି)କୁ ବିଜେ କରୁଛନ୍ତି | ମିଳିଥିବା ସୂଚନା ମୁତାବକ ରଥରେ କାହାଳି ବାଜିବା ପରେ ଗୋଟି ପହଣ୍ଡି ଆରମ୍ଭ ହୋଇଥିଲା | ପ୍ରଥମେ ମଦନମୋହନଙ୍କ ପହଣ୍ଡି ହୋଇଥିବାବେଳେ ଏହା ପରେ ବଡ ଠାକୁର ବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଛି |
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2023/06/aad2fb12-fb4b-4cec-8618-189da662eb1b.jpg)