ଜେଇଇ ମେନ୍‌ରେ ଆଦର୍ଶ ବିଦ୍ୟାଳୟର ସଫଳତା

ଜେଇଇ ମେନ୍‌ରେ ଆଦର୍ଶ ବିଦ୍ୟାଳୟର ସଫଳତା

ଭୁବନେଶ୍ବର : ନ୍ୟାସନାଲ ଟେଷ୍ଟିଙ୍ଗ ଏଜେନ୍ସି(ଏନ୍‌ଟିଏ) ଦ୍ୱାରା ପରିଚାଳିତ ଯୁଗ୍ମ ପ୍ରବେଶିକ ପରୀକ୍ଷା(ଜେଇଇ ମେନ୍‌)ରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଛାତ୍ରଛାତ୍ରୀମାନେ ଆଶାନୁରୂପ ସଫଳତା ହାସଲ କରିଛନ୍ତି। ଏହି ପରୀକ୍ଷାରେ ୩୫ ଛାତ୍ରଛାତ୍ରୀ ୮୦ ପର୍ସେଣ୍ଟାଇଲ୍‌ରୁ ଅଧିକ ମାର୍କ ରଖି କୃତକାର୍ଯ୍ୟ ହୋଇଥିବା ବେଳେ ୧୪ ଛାତ୍ରଛାତ୍ରୀ ୯୦ ପର୍ସେଣ୍ଟାଇଲ୍‌ରୁ ଅଧିକ ରଖିଛନ୍ତି। ଗତବର୍ଷ ତୁଳନାରେ ଚଳିତବର୍ଷ ପରୀକ୍ଷା ଫଳ ଖୁବ୍‌ ଉତ୍ସାହଜନକ ବୋଲି ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ସଂଗ୍ରାମ କେଶରୀ ମହାପାତ୍ର ଜଣାଇଛନ୍ତି।

୨୦୨୨ରେ ୧୨ଜଣ ଛାତ୍ରଛାତ୍ରୀ ୮୦ ପର୍ସେଣ୍ଟାଇଲ୍‌ରୁ ଅଧିକ ମାର୍କ ରଖି କୃତକାର୍ଯ୍ୟ ହୋଇଥିବା ବେଳେ ୬ଜଣ ୯୦ ପର୍ସେଣ୍ଟାଇଲ୍‌ରୁ ଅଧିକ ମାର୍କ ରଖିଥିଲେ। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଏହି ସଫଳତା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖୁସି ବ୍ୟକ୍ତ କରିବା ସହ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ/ଶିକ୍ଷୟିତ୍ରୀ ଓ ପରିଚାଳକଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଗ୍ରାମାଞ୍ଚଳରେ ଗୁଣାତ୍ମକ ଶିକ୍ଷାର ବିକାଶ ସହ ମେଧାବୀ ଛାତ୍ରଛାତ୍ରୀଙ୍କ ଦକ୍ଷତାକୁ ଦ୍ୱିଗୁଣିତ କରିଛି ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe