ସାତଭାୟା ବଗପାଟିଆରେ ‘ଆଦର୍ଶ କଲୋନି’ ପାଇଁ ୨୨ କୋଟି ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

Advertisment

ଆବଶ୍ୟକତା ଭିତ୍ତିରେ ଲୋକଙ୍କୁ ମିଳିବ ଜମି, ପଞ୍ଚୁ ବାରାହୀ ପୀଠ ହେବ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ

ଆବଶ୍ୟକତା ଭିତ୍ତିରେ ଲୋକଙ୍କୁ ମିଳିବ ଜମି, ପଞ୍ଚୁ ବାରାହୀ ପୀଠ ହେବ ଆକର୍ଷଣୀୟ ପର୍ଯ୍ୟଟନ ସ୍ଥଳ

ଚକ୍‌ମା ଦେଇ ପାରନ୍ତି ନବୀନ: ବାଲିକୁଦା-ଏରସମା ଆସନରେ ଲଟକିଛି ପ୍ରାର୍ଥୀ ଘୋଷଣା

Photo: Newsroom Odisha

ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲା ସାତଭାୟା ବଗପାଟିଆ ଥଇଥାନ କଲୋନି ହେବ ଆଦର୍ଶ କଲୋନୀ। ୫ଟି ସଚିବ ଭିକେ ପାଣ୍ଡିଆନ୍‌ଙ୍କ ଗସ୍ତର ଚବିଶ ଘଣ୍ଟା ମଧ୍ୟରେ ବାଇଶ କୋଟି ଟଙ୍କା ମଞ୍ଜୁର ହୋଇଛି। ମୁଖ୍ୟମନ୍ତ୍ରୀ  ନବୀନ ପଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଗତ ୨୭ ଓ ୨୮ ତାରିଖ ଦୁଇ ଦିନ ଧରି ୫ଟି ସଚିବ ଶ୍ରୀ ପାଣ୍ଡିଆନ୍ କେନ୍ଦ୍ରପଡା ଗସ୍ତ କରିଥିଲେ। ଗସ୍ତର ଦ୍ଵିତୀୟ ଦିନରେ ୨୮ ତାରିଖ ଦିନ ସେ ସାତଭାୟା ବଗପାଟିଆ ଅଞ୍ଚଳ ପରିଦର୍ଶନ କରିଥିଲେ। ଏହି ସମୟରେ ଶ୍ରୀ ପାଣ୍ଡିଆନ୍ ବିସ୍ଥାପିତ ଲୋକମାନଙ୍କୁ ଭେଟିଥିଲେ। ସେମାନଙ୍କ ସମସ୍ୟା ବୁଝିଥିଲେ। ସରକାରଙ୍କ ଯୋଜନା ବିଷୟରେ ଲୋକଙ୍କ ସହ ଆଲୋଚନା କରିଥିଲେ ଏବଂ ସେମାନଙ୍କ ମତାମତ ପଚାରି ବୁଝିଥିଲେ।

ପରେ ଭୁବନେଶ୍ବର ଫେରି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକଙ୍କୁ ସ୍ଥାନୀୟ ଲୋକଙ୍କ ଆବଶ୍ୟକତା ସମ୍ପର୍କରେ ଅବଗତ କରିଥିଲେ। ଆଲୋଚନା ପରେ ମୁଖ୍ୟମନ୍ତ୍ରୀ ସାତଭାୟା ବଗପାଟିଆ ଆଦର୍ଶ କଲୋନି ନିମନ୍ତେ ପ୍ରଥମ ପର୍ଯ୍ୟାୟରେ ତୁରନ୍ତ ୨୨ କୋଟି ୫୦ ଲକ୍ଷ ୭୧ ହାଜର ଟଙ୍କାର ପ୍ୟାକେଜ ମଞ୍ଜୁର କରିଛନ୍ତି। ଏହି ଅର୍ଥରେ ସେ ଅଞ୍ଚଳରେ ବନ୍ଧ ବାଡର ସୁଦୃଢୀକରଣ ସହିତ ହିତାଧିକାରୀଙ୍କ ବାସଗୃହ, ଜୀବିକା କାର୍ଯ୍ୟକ୍ରମ, ରାସ୍ତା,ପିଇବା ପାଣି, ବିଜୁଳି ଓ ପଞ୍ଚାୟତ ଗୃହ ଆଦି ଭିତ୍ତିଭୂମିର ବିକାଶ କରାଯିବ। ଏହା ସହିତ ଲୋକଙ୍କ ଆବଶ୍ୟକତା ଭିତ୍ତିରେ ସେମାନଙ୍କୁ ଚାଷ ଜମି ମଧ୍ୟ ଯୋଗାଇଦିଆଯିବ।

publive-image

ସେହିପରି ପ୍ରସିଦ୍ଧ ପଞ୍ଚୁବରାହୀ ପୀଠରେ ଭିତ୍ତିଭୂମିର ଉନ୍ନତି ଓ ସୌନ୍ଦର୍ଯ୍ୟକରଣ ସହ ଲାଇଟ୍‌ ଆଣ୍ଡ ସାଉଣ୍ଡ (ଆଲୋକ ଏବଂ ଶବ୍ଦ)ର ବ୍ୟବସ୍ଥା କରାଯାଇ ଏହାକୁ ଏକ ପ୍ରମୂଖ ପର୍ଯ୍ୟଟକ ସ୍ଥାନ ଭବରେ ବିକଶିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ପର୍ଯ୍ୟଟନ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମସ୍ତ କାମ ୫ଟି ଉପକ୍ରମରେ ତୁରନ୍ତ ହାତକୁ ନେଇ ନିର୍ଦିଷ୍ଟ ସମୟ ସୀମା ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।  ସୂଚନଯୋଗ୍ୟ ଯେ ଜଳବାୟୁ ପରିବର୍ତ୍ତନ ପ୍ରଭାବ ରେ ସାତଭାୟା ଅଞ୍ଚଳ ସମୁଦ୍ରରେ ଲୀନ ହୋଇଯାଇଥିବାରୁ କ୍ଷତିଗ୍ରସ୍ତ ଲୋକଙ୍କୁ ବଗପାଟିଆରେ ଥଇଥାନ କରାଯାଉଛି। ଜଳବାୟୁ ପରିବର୍ତ୍ତନ ଦ୍ଵାର ପ୍ରଭାବିତ ଲୋକଙ୍କ ଥଇଥାନ ପାଇଁ ଏହା ଦେଶର ପ୍ରଥମ କଲୋନି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe