ବରଗଡ଼ ଜିଲ୍ଲା ପଦ୍ମପୁରର ସହକାରୀ ଯୋଗାଣ ଅଧିକାରୀ ନିଲମ୍ବିତ

ଭୁବନେଶ୍ବର: ବରଗଡ଼ ଜିଲ୍ଲା ଅନ୍ତର୍ଗତ ପଦ୍ମପୁରର ସହକାରୀ ଯୋଗାଣ ଅଧିକାରୀ ଶମ୍ଭୁପ୍ରସାଦ ହରପାଲଙ୍କୁ କାର୍ଯ୍ୟରେ ଗୁରୁତର ଅବହେଳା ଏବଂ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ଧାନସଂଗ୍ରହ ମାର୍ଗଦର୍ଶିକାର ଉଲ୍ଲଂଘନ ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବନ କରାଯାଇଛିା ନିଲମ୍ବନ ଆଦେଶ ତୁରନ୍ତ କାର୍ଯ୍ୟକାରୀ କରାଯାଇଛିା ଏଥି ସହିତ ତାଙ୍କ ବିରୁଦ୍ଧରେ ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିବା ବିଭାଗୀୟ ସୂତ୍ରରୁ ପ୍ରକାଶା

ଆଜି ବରଗଡ଼ ଜିଲ୍ଲା ପାଇକମାଳ ବ୍ଲକ୍ ଅନ୍ତର୍ଗତ ଲଖମରା ପ୍ରାଥମିକ କୃଷି ସମବାୟ ସମିତିରେ ଧାନକିଣାରେ ଅନିୟମିତତା, କାର୍ଯ୍ୟରେ ଗୁରୁତର ଅବହେଳା ଓ ବିଭାଗ ଦ୍ୱାରା ଜାରି କରାଯାଇଥିବା ମାର୍ଗଦର୍ଶିକାର ଉଲ୍ଲଂଘନ ଅଭିଯୋଗରେ ପ୍ୟାକ୍ସ ସଂପାଦକ ଓ କିରାଣିଙ୍କୁ ନିଲମ୍ବନ କରାଯାଇଥିବାବେଳେ ଡାଟାଏଣ୍ଟ୍ରି ଅପରେଟରଙ୍କୁ କାର୍ଯ୍ୟରୁ ବହିଷ୍କୃତ କରାଯାଇଛିା ଲଖମରା ପ୍ୟାକ୍ସର ସଂପାଦକ ଅମୂଲ୍ୟ ବେହେରା ଏବଂ କିରାଣି ଦିଲ୍ଲୀପ କୁମାର ସୁନାନୀଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବନ କରାଯାଇଥିବାବେଳେ ଡାଟାଏଣ୍ଟ୍ରି ଅପରେଟର ବୁଲୁ ଅନନ୍ତଙ୍କୁ କାର୍ଯ୍ୟରୁ ବହିଷ୍କୃତ କରାଯାଇଛି ବୋଲି ନିବନ୍ଧକ, ସମବାୟ ସମିତି ସମୂହ କାର୍ଯ୍ୟାଳୟ ସୂତ୍ରରୁ ପ୍ରକାଶ।

ସମ୍ବନ୍ଧିତ ଖବର