ଭୁବନେଶ୍ୱର ନିଉ ଷ୍ଟେସନରେ ୪ଟି ଟ୍ରେନ୍ ପାଇଁ ଅତିରିକ୍ତ ରହଣି, ଜାଣନ୍ତୁ କେଉଁ କେଉଁ ଟ୍ରେନ୍ ଅଟକିବ

ଭୁବନେଶ୍ବର: ଯାତ୍ରୀମାନଙ୍କ ସୁବିଧା ପାଇଁ  ଭୁବନେଶ୍ୱର ନୂତନ ଷ୍ଟେସନରେ ପର୍ଯ୍ୟାୟକ୍ରମେ ଚାରି ଯୋଡ଼ା ଟ୍ରେନର ରହଣି କରିବାକୁ ନିଷ୍ପତ୍ତି ନିଆଯାଇଛି । ବର୍ତ୍ତମାନ ସ୍ୱତନ୍ତ୍ର ଟ୍ରେନ୍ ଭାବରେ ଚଳାଚଳ କରୁଥିବା ଦୁଇଟି ଟ୍ରେନ୍ ଏପ୍ରିଲ ୧୦ଠାରୁ ଏଠାରେ ରହିବ | ଅନ୍ୟ ଦୁଇଟି ଟ୍ରେନ ଚଳାଚଳ ଆରମ୍ଭ କରିବା ପରେ ରହଣି କରିବ।

କୋଭିଡ଼୧୯ ମହାମାରୀ ସମୟରେ ସମସ୍ତ ଟ୍ରେନ ସେବା ବାତିଲ କରାଯାଇଥିଲା | ତେବେ କୋଭିଡ଼ ପରିସ୍ଥିତିକୁ ଦୃଷ୍ଟିରେ ରଖି ଏବଂ ପ୍ରୋଟୋକଲ୍ ଅନୁଯାୟୀ, କିଛି ଟ୍ରେନକୁ ସୀମିତ ରହଣି ସହିତ ବିଶେଷ ଟ୍ରେନ ଭାବରେ ପୁନଃ ଚଳାଚଳ କରାଗଲା। ଯାହାଦ୍ୱାରା ଯାତ୍ରୀମାନେ ସେମାନଙ୍କର ଜରୁରୀ କାର୍ଯ୍ୟ ପାଇଁ ଯାତାୟାତ କରିପାରିବେ|

ପରିସ୍ଥିତିକୁ ଦୃଷ୍ଟିରେ ରଖି ରେଳବାଇ ବର୍ତ୍ତମାନ ପର୍ଯ୍ୟାୟକ୍ରମେ ଟ୍ରେନ ଚଳାଚଳ କରୁଅଛି | ଉପରୋକ୍ତ ବିଷୟକୁ ଦୃଷ୍ଟିରେ ରଖି ବର୍ତମାନ  ବିଶେଷ ଟ୍ରେନ ଭାବେ ଚଳାଚଳ କରୁଥିବା ପୁରୀ-କଟକ-ପୁରୀ ପାସେଞ୍ଜର ଏବଂ ଭୁବନେଶ୍ୱର-କେନ୍ଦୁଝରଗଡ-ଭୁବନେଶ୍ୱର ପାସେଞ୍ଜର (ଯାହାକି ବର୍ତ୍ତମାନ ଖୋର୍ଦ୍ଧା ରୋଡ଼ ଓ କେନ୍ଦୁଝରଗଡ଼ ମଧ୍ୟରେ ଚଳାଚଳ କରୁଛି) ଟ୍ରେନ୍ ଗୁଡିକୁ ଭୁବନେଶ୍ୱର ନୂତନ ଷ୍ଟେସନରେ ଚଳିତ ମାସ ୧୦ ତାରିଖଠାରୁ ରହଣି କରିବେ।

ପୁରୀ-କଟକ-ପୁରୀ ମେମୁ:

ପୁରୀରୁ ୬୮୪୧୬/୬୮୪୧୫ପୁରୀ-କଟକ-ପୁରୀ ମେମୁ ଭୁବନେଶ୍ୱର ନୂଆ ଷ୍ଟେସନଠାରେ ପୂର୍ବାହ୍ନ ୧୦ଘ.୦୫ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୦୬ମି.ରେ କଟକ ଆଡକୁ ଯିବ | କଟକରୁ ଏହି ଟ୍ରେନ୍ ଅପରାହ୍ନ ୫ଘ.୨୦ମି.ରେ ପହଞ୍ଚି ଏବଂ ଅପରାହ୍ନ ୫ଘ.୨୧ମି.ରେ ପୁରୀ ଅଭିମୁଖେ ଯାତ୍ରା କରିବ |

ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ:

୬୮୪୨୬/୬୮୪୨୫ ଭୁବନେଶ୍ୱରରୁ ଭୁବନେଶ୍ୱର-କେନ୍ଦୁଝରଗଡ଼-ଭୁବନେଶ୍ୱର ମେମୁ ଭୁବନେଶ୍ୱର ନୂଆ ଷ୍ଟେସନଠାରେ ଅପରାହ୍ନ ୪ଘ.୫୪ମି.ରେ ପହଞ୍ଚି ଅପରାହ୍ନ ୪ଘ.୫୫ମି.ରେ କେନ୍ଦୁଝରଗଡ଼ ଅଭିମୁଖେ ଯାତ୍ରା କରିବ | କେନ୍ଦୁଝରଗଡ଼ରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆରେ ପୂର୍ବାହ୍ନ ୧୦ଘ.୧୪ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୧୫ମି.ରେ ଭୁବନେଶ୍ୱର ଅଭିମୁଖେ ଯାତ୍ରା କରିବ |

Swarajya

ରେଳବାଇ ମଧ୍ୟ ପାଲାସା-କଟକ-ପାଲାସା ପାସେଞ୍ଜର ଏବଂ ଖଡ଼ଗପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗପୁର ଫାଷ୍ଟ ପାସେଞ୍ଜର ଟ୍ରେନକୁ ଭୁବନେଶ୍ୱର ନୂତନ ଷ୍ଟେସନରେ ରହଣି ପାଇଁ ସ୍ଥିର କରିଛି | ଏହି ଟ୍ରେନଦ୍ବୟ ଏମାନଙ୍କର ଚଳାଚଳ ପ୍ରାରମ୍ଭ କରିବା ପରେ ଭୁବନେଶ୍ୱର ନୂତନ ଷ୍ଟେସନରେ ଅତିରିକ୍ତ ରହଣି କରିବ |

ପାଲାସା-କଟକ-ପାଲାସା ପାସେଞ୍ଜର:

୫୮୫୫୩୪/୫୮୫୩୩ ପଲାସା ଠାରୁ ପଲାସା-କଟକ-ପାଲାସା ପାସେଞ୍ଜର ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ପୂର୍ବାହ୍ନ ୦୯ଘ.୫୪ମି.ରେ ପହଞ୍ଚି ପୂର୍ବାହ୍ନ ୦୯ଘ.୫୫ମି.ରେ କଟକ ଆଡକୁ ଯିବ | କଟକରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଅପରାହ୍ନ ୪ଘ.୩୮ମି.ରେ ପହଞ୍ଚି ଅପରାହ୍ନ ୪ଘ.୩୯ମି.ରେ ପଲାସା ଅଭିମୁଖେ ଯାତ୍ରା କରିବ |

ଖଡ଼ଗପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗପୁର ଫାଷ୍ଟ ପାସେଞ୍ଜର:

ଖଡ଼ଗ୍ପୁର ଠାରୁ ୫୮୦୦୫/୫୮୦୦୬ ଖଡ଼ଗପୁର-ଖୋର୍ଦ୍ଧା ରୋଡ଼-ଖଡ଼ଗପୁର ଫାଷ୍ଟ ପାସେଞ୍ଜର ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ପୂର୍ବାହ୍ନ ୧୦ଘ.୫୪ମି.ରେ ପହଞ୍ଚି ପୂର୍ବାହ୍ନ ୧୦ଘ.୫୫ମି.ରେ ଖୋର୍ଦ୍ଧା ରୋଡ଼ ଅଭିମୁଖେ ଯାତ୍ରା କରିବ | ଖୋର୍ଦ୍ଧା ରୋଡ଼ରୁ ଏହି ଟ୍ରେନ୍ ଭୁବନେଶ୍ୱର ନୂଆ ଷ୍ଟେସନ ଠାରେ ଅପରାହ୍ନ ୫ଘ.୨୯ମି.ରେ ପହଞ୍ଚି ଅପରାହ୍ନ ୫ଘ.୨୯ମି.ରେ ଖଡ଼ଗ୍ପୁର ଅଭିମୁଖେ ଯାତ୍ରା କରିବ |

ସମ୍ବନ୍ଧିତ ଖବର